ଫୋକସ ପ୍ଲସ ୧୦/୬/୨୨ (ଭୁବନେଶ୍ୱର): ଜୀ ସାର୍ଥକର ନୂଆ ସିନେମା ‘ମୋ ପଣତକାନିରେ ତୁ’ର ଅଡିଓ ରିଲିଜ୍ ହୋଇ ଯାଇଛି । ଜୁନ୍ ୧୨ ରେ ଫିଲ୍ମଟି ଜୀ ସାର୍ଥକ ରେ ଓ୍ଵାର୍ଲଡ ଟେଲିଭିଜନ ପ୍ରିମିୟର ହେଉଥିବା ବେଳେ ଏହାର ଗୀତଗୁଡିକ ଲୋକାଦୃତ ହେବ ବୋଲି ଜୀ ସାର୍ଥକ ଆଶା ପ୍ରକଟ କରିଛି ।ଫିଲ୍ମର ଗୀତଗୂଡିକୁ ସଂଗୀତରେ ସଜାଇଛନ୍ତି ବୈଦ୍ୟନାଥ ଦାଶ । ଫିଲ୍ମର ସବୁ ଗୀତ ଦର୍ଶକଙ୍କ ମନକୁ ଛୁଇଁବ ବୋଲି ପୁରା ଟିମ୍ ଆଶାବାଦୀ । ଗୀତ ଗୁଡ଼ିକୁ ରଚନା କରିଛନ୍ତି ଅରୁଣ ମନ୍ତ୍ରୀ, ଡ଼ ଶୁଭ ଦାସ, ସୂର୍ଯ୍ୟ ମହାପାତ୍ର, ନିହାର ପ୍ରିୟାଶିଷ୍, ଓ କଣ୍ଠଦାନ କରିଛନ୍ତି ହ୍ୟୁମାନ ସାଗର, କୁଲଦୀପ ପଟ୍ଟନାୟକ, ସୁଭାଶିଷ ସାହୁ , ଅସୀମା ପଣ୍ଡା, ସଞ୍ଜୁ, ଅର୍ପିତା ଚୈଧୁରୀ ।ମ୍ୟୁଜିକ ଆରେଞ୍ଜମେଣ୍ଟ କରିଛନ୍ତି ରାଜା ଅନୀଲ।ଜୀ ସାର୍ଥକ ଫିଲ୍ମସ ଓ ସାଇ ଶ୍ରଦ୍ଧା ପ୍ରଡକ୍ସନ୍ ବ୍ୟାନରରେ ନିର୍ମାଣ ହେଉଛି ନୂଆ ସିନେମା ‘ମୋ ପଣତକାନିରେ ତୁ’ । ଏହି ଚଳଚ୍ଚିତ୍ରରେ ଦର୍ଶକ ଦେଖିବେ ନୂଆ ଯୋଡ଼ି ଜ୍ୟୋତି ରଞ୍ଜନ ଓ ଶ୍ରଦ୍ଧାଙ୍କୁ । ଫିଲ୍ମର ଆକର୍ଷଣ ରହିଛି ଭେଟରାନ ଅଭିନେତ୍ରୀ ମହାଶ୍ୱେତାଙ୍କ ସୀତା ଦେବୀ ଭୂମିକାରେ ଅଭିନୟ । ଫିଲ୍ମର ଅନ୍ୟ ଏକ ଗୁରୁତ୍ବପୂର୍ଣ୍ଣ ଦାୟିତ୍ବ ନିର୍ବାହ କରିଛନ୍ତି କମେଡିଆନ ହରିହର ମହାପାତ୍ର । ଅଭିନୟ ସାଙ୍ଗକୁ କାହାଣୀ ନିଜେ ହରିହର ଲେଖିଥିବା ବେଳେ ପିନୁ ନାଏକ ନିର୍ଦ୍ଦେଶନା ଦେଇଛନ୍ତି । ଫିଲ୍ମର ପ୍ରଯୋଜନା କରିଛନ୍ତି ପ୍ରଦ୍ୟୁମ୍ନ ଲେଙ୍କା ଓ ବିକ୍ରମ କେଶରୀ ବିଷୋୟୀ ।ଚଳଚ୍ଚିତ୍ର ର କାହାଣୀ ସହ ସଙ୍ଗୀତ ମଧ୍ୟ ଲୋକାଦୃତ ହୋଇ ପାରିବ ବୋଲି ଜୀସାର୍ଥକ ପକ୍ଷରୁ ପ୍ରକାଶ କରାଯାଇଛି । ଜୀ ସାର୍ଥକ ପୂର୍ବରୁ “ଦିଦିନମସ୍କାର” , “ଡିଟେକଟିଭ୍ କରନ୍ ଅର୍ଜୁନ ” ଭଳି ଚଳଚ୍ଚିତ୍ର ଭେଟି ଦେଇଥିବା ବେଳେ ଜୁନ୍ ୧୨ତାରିଖ ସଂଧ୍ୟା ସାଢ଼େ ପାଞ୍ଚଟାରେ ଫିଲ୍ମ ‘ମୋ ପଣତକାନିରେ ତୁ’ର ଓ୍ବାର୍ଲଡ ଟିଭି ପ୍ରିମିୟର ହେବ ।
![](https://www.thefocusplus.com/wp-content/uploads/2022/06/WhatsApp-Image-2022-06-09-at-3.42.51-PM-1200x720.jpeg)