ବ୍ରହ୍ମପୁର: ବ୍ରହ୍ମପୁର ସାଂସଦ ପ୍ରଦୀପ ପାଣିଗ୍ରାହୀଙ୍କୁ ସବୁ ମାମଲାରେ ଦୋଷମୁକ୍ତ ହୋଇଛନ୍ତି। ଗତକାଲି ତାଙ୍କୁ ଦୁଇଟି ମାମଲାରେ ଦୋଷମୁକ୍ତ ଘୋଷଣା କରିଥିଲେ ନ୍ୟାୟାଳୟ। ଆଜି ତାଙ୍କୁ ଅନ୍ୟ ୩ଟି ମାମଲାରେ ନ୍ୟାୟାଳୟ ତାଙ୍କୁ ନିର୍ଦ୍ଦୋଷ ଦର୍ଶାଇଛନ୍ତି ଗ୍ରାମାଞ୍ଚଳ ଜେଏମଏଫସି କୋର୍ଟ। ଟାଟା କଂପାନିରେ ଚାକିରି ନାମରେ ଠକେଇ ମାମଲାରେ ବ୍ରହ୍ମପୁର ସାଂସଦ ପ୍ରଦୀପ ପାଣିଗ୍ରାହୀ ଦୋଷମୁକ୍ତ ହୋଇଛନ୍ତି। ଏହାକୁ ସତ୍ୟର ବିଜୟ ବୋଲି କହିଛନ୍ତି ବ୍ରହ୍ମପୁର ସାଂସଦ ପ୍ରଦୀପ ପାଣିଗ୍ରାହୀ। ଏଣେ ଏହି ଖବର ପ୍ରଚାରିତ ହେବା ପରେ ସାଂସଦ ପ୍ରଦୀପ ପାଣିଗ୍ରାହୀଙ୍କ ସମର୍ଥକମାନେ ବାଣ ଫୁଟାଇ ଓ ମିଠା ବାଣ୍ଟି ଖୁସି ମନାଇଛନ୍ତି।