ଭୁବନେଶ୍ୱର, ୦୮/୦୮: ଓଡିଶାବାସୀଙ୍କ ପାଇଁ ଆସିଲା ବଡ ଖୁସି ଖବର l ଖୋଲିଲା ଶସ୍ୟ ଏଟିଏମ l ସାଧାରଣ ଭାବେ ଏଟିଏମ୍ରୁ ତାଙ୍କ ବାହାରିବା କଥା ଆପଣମାନେ ଜାଣିଥିବେ କିନ୍ତୁ ବର୍ତମାନ ଏଟିଏମ ରୁ ବାହାରିବ ଚାଉଳ l ଏହି କ୍ରମରେ ରାଜଧାନୀ ଭୁବନେଶ୍ୱରର ମଞ୍ଚେଶ୍ୱରରେ ଏକ ‘ଶସ୍ୟ ଏଟିଏମ୍’ ସ୍ଥାପନ କରାଯାଇଛି l ଏହି ଏଟିଏମରେ ୨୪ ଘଣ୍ଟିଆ ଚାଉଳ / ଗହମ ଉପଲବ୍ଧ ହେବ l ରାଜ୍ୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଏହି ଏଟିଏମ୍କୁ ଉଦ୍ଘାଟନ କରିଛନ୍ତି l ଯଦି ଏହି ଏଟିଏମ୍ ସଫଳତାର ସହ କାର୍ଯ୍ୟ କରେ ତେବେ ଆଗାମୀ ଦିନରେ ସବୁ ଜିଲ୍ଲା ଆଉ ବ୍ଲକରେ ଏହା ଖୋଲାଯିବ l
ଏହି ଶସ୍ୟ ଏଟିଏମ ଚୋରି, ଦଲାଲି ଆଦି ବେଆଇନ୍ କାର୍ଯ୍ୟରେ ରୋକ ଲଗାଇବ ବୋଲି କୁହାଯାଉଛି । ସୂଚନାଯୋଗ୍ୟ ଯେ, ପ୍ରାଥମିକ ପର୍ଯ୍ୟାୟରେ ରାଜଧାନୀ ଭୁବନେଶ୍ୱରର ମଞ୍ଚେଶ୍ୱରରେ ରାଜ୍ୟର ପ୍ରଥମ ‘ଗ୍ରେନ ଏଟିଏମ୍’ ପ୍ରତିଷ୍ଠା ହେବା ନେଇ ରାଜ୍ୟ ସରକାର ନିଷ୍ପତ୍ତି ଗ୍ରହଣ କରିଥିଲେ । ଏନେଇ ଗତବର୍ଷ ଡିସେମ୍ବର ମାସରେ ସୂଚନା ଦିଆଯାଇଥିଲା l ବିଶ୍ୱ ଖାଦ୍ୟ କାର୍ଯ୍ୟକ୍ରମ (ଡବ୍ଲ୍ୟୁଏଫପି) ଏବଂ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ମିଳିତ ସହଯୋଗରେ ଏହି ଏଟିଏମ୍ ସ୍ଥାପନ କରାଯିବା ନେଇ ନିଷ୍ପତ୍ତି ହୋଇଥିଲା । ଏହି ଏଟିଏମ ବସିବା ଫଳରେ ରାଶନକାର୍ଡଧାରୀମାନେ ଆଉ କଣ୍ଟ୍ରୋଲ ଦୋକାନ ଆଗରେ ଲମ୍ବା ଲାଇନ ଲଗାଇ ଛିଡ଼ା ହେବେ ନାହିଁ । ଲୋକମାନେ ଟିପ ଚିହ୍ନରେ ବାୟୋମେଟ୍ରିକ ଯାଞ୍ଚ କରିବା ପରେ ଏଟିଏମରୁ ଟଙ୍କା ଭଳି ଚାଉଳ ବାହାରିବ । ତେବେ ଏହି ସୁବିଧା ପାଇବାକୁ ହେଲେ ଜଣେ ହିତାଧିକାରୀଙ୍କୁ ପ୍ରଥମେ ଉକ୍ତ ମେଶିନରେ ବାୟୋମେଟ୍ରିକ, ରାଶନ କାର୍ଡ, ଆଧାର କାର୍ଡ ଦେବାକୁ ପଡ଼ିବ । ତେବେ ଏହି ମେଶିନକୁ ଇଂରାଜୀ ବଦଳରେ ସମ୍ପୂର୍ଣ୍ଣ ଓଡ଼ିଆ ଭାଷାରେ କରାଯାଇଥିବା ଏକ ସୂତ୍ରରୁ ଜଣାପଡ଼ିଛି ।