ଆଗାମୀ ୩ ଦିନ ଯାଏଁ ରାଜ୍ୟର କେତେକ ଜିଲ୍ଲାରେ କୁହୁଡ଼ି ହୋଇପାରେ। 

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍‌ ଅନୁସାରେ ଶୁକ୍ରବାର ଅନୁଗୋଳ, ଢେଙ୍କାନାଳ, କଳାହାଣ୍ଡି, ରାୟଗଡ଼ା ଓ ଝାରସୁଗୁଡ଼ାରେ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର କୁହୁଡି ହେବାର ସମ୍ଭାବନା ରହିଛି।

ସେହିପରି ଶନିବାର ଗଞ୍ଜାମ, ଗଜପତି, ରାୟଗନା, କଳାହାଣ୍ଡି, କନ୍ଧମାଳ, ସୁନ୍ଦରଗଡ଼, ଝାରସୁଗୁଡ଼ା, ଅନୁଗୋଳ ଓ ଢେଙ୍କାନାଳ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ କୁହୁଡିହେବାର ସମ୍ଭାବନା ରହିଛି। ସେଥିପାଇଁ ଭୁବନେଶ୍ୱର ପାଣିପାଗକେନ୍ଦ୍ର ସତର୍କ ସୂଚନା ଜାରି କରିଛି।

Leave a Reply

Your email address will not be published. Required fields are marked *