ଆଜିଠୁ ଆସନ୍ତା ୨ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି।

ଆଜି ଦକ୍ଷିଣ ଓଡ଼ିଶା ସମେତ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ୧୯ ଜିଲ୍ଲାରେ  ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।  

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଆଜି ସକାଳ ସାଢ଼େ ୮ଟାରୁ ୨୧ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ଉପକୂଳ ଓଡ଼ିଶାର କିଛି ଅଞ୍ଚଳରେ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ସେହି ଜିଲ୍ଲା ଗୁଡ଼ିକ ହେଲା କୋରାପୁଟ, ମାଲକାନଗିରି, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା, ବଲାଙ୍ଗିର, ବୌଦ୍ଧ, ସୋନପୁର, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।

ସମ୍ଭାବ୍ୟ ବର୍ଷା ପ୍ରଭାବରେ ରାଜ୍ୟରେ ଶୀତ ଲହରି ସାମାନ୍ୟ କମିଛି। ୪ ଦିନ ପରେ ସର୍ବନିମ୍ନ ତାପମାତ୍ରା ୨-୪ ଡିଗ୍ରୀ ସେଲସିୟସ୍ ହ୍ରାସ ପାଇପାରେ। ଏନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର। 

Leave a Reply

Your email address will not be published. Required fields are marked *