ଆଜି ପବିତ୍ର ଜନ୍ମାଷ୍ଟମୀ

ଆଜି ପବିତ୍ର ଜନ୍ମାଷ୍ଟମୀ । ପ୍ରଭୁ ଶ୍ରୀକୃଷ୍ଣଙ୍କ ଜନ୍ମଦିନ । ଏନେଇ ଚଳ ଚଞ୍ଚଳ ଶ୍ରୀକୃଷ୍ଣ ମନ୍ଦିର । ବୁଧବାର ଭାଦ୍ରବ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥି ଅର୍ଥାତ ପବିତ୍ର ଜନ୍ମାଷ୍ଟମୀ । ସବୁଠି ପାଳନ ହେଉଛି ଶ୍ରୀକୃଷ୍ଣ ଜନ୍ମୋତ୍ସବ । କିମ୍ବଦନ୍ତୀ ଅନୁସାରେ ଭାଦ୍ରବ କୃଷ୍ଣ ପକ୍ଷ ଅଷ୍ଟମୀ ତିଥିରେ ବିଷ୍ଣୁଙ୍କ ଅଷ୍ଟମ ଅବତାର ଭାବେ ଭଗବାନ ଶ୍ରୀକୃଷ୍ଣ ଜନ୍ମ ନେଇଥିଲେ ।ଦ୍ୱାପର ଯୁଗରେ ପ୍ରବଳ ପ୍ରତାପୀ କଂସକୁ ବଧ କରିବା ନିମନ୍ତେ ମାନବ ରୂପରେ ଭାଦ୍ରବ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥିରେ ଧରାବତରଣ କରିଥିଲେ ଭଗବାନ ବିଷ୍ଣୁ । ଏହା ଥିଲା ତାଙ୍କର ଶ୍ରୀକୃଷ୍ଣ ଅବତାର । କଂସଦ୍ୱାରା ବନ୍ଦୀ ଭଗ୍ନୀ ଦେବକୀଙ୍କ ଗର୍ଭରୁ ବନ୍ଦିଶାଳାରେ ଅର୍ଧ ରାତ୍ରୀରେ ରୋହିଣୀ ନକ୍ଷତ୍ର- ବୃଷରାଶିର ସଂଯୋଗ ସମୟରେ କୃଷ୍ଣ ଜନ୍ମ ଲାଭ କରିଥିଲେ ।ଗୁଜରାଟର ଦ୍ୱାରକାରେ ଥିବା ଦ୍ୱାରିକାଧିଶ ମନ୍ଦିରରେ ମଧ୍ୟ ଏହି ଉତ୍ସବ ବହୁତ ଆଡ଼ମ୍ବରରେ ପାଳିତ ହୋଇଥାଏ । ଏହାଛଡ଼ା ପଶ୍ଚିମ ବଙ୍ଗରେ ଶ୍ରୀଚୈତନ୍ୟ ଓ ନିତ୍ୟାନନ୍ଦ ମହାପ୍ରଭୁଙ୍କ ଜନ୍ମସ୍ଥାନ ନବଦ୍ୱୀପରେ ମଧ୍ୟ ଜନ୍ମାଷ୍ଟମୀ ହର୍ଷୋଲ୍ଲାସରେ ପାଳିତ ହୋଇଥାଏ । ଲୋକେ ଉପବାସ ରଖି ଶ୍ରୀକୃଷ୍ଣଙ୍କ ଜନ୍ମ ଓ ଲୀଳା ବର୍ଣ୍ଣନାରେ ସମୃଦ୍ଧ ଶ୍ରୀମଦ୍ଭାଗବତର ଦଶମ ସ୍କନ୍ଧ ପଢ଼ିଥାନ୍ତି । ଜାମ୍ମୁଠାରେ ଏହିଦିନ ଗୁଡ଼ି ଉଡ଼ାଇବାର ପ୍ରଥା ରହିଛି ।

Leave a Reply

Your email address will not be published. Required fields are marked *