ଦେଶ ବିଦେଶବାଣିଜ୍ୟସ୍ପେସିଆଲ ଷ୍ଟୋରି କାର୍ରେ ୯୦ ମିନିଟ୍ର ଯାତ୍ରା ସରିବ ମାତ୍ର ୭ ମିନିଟ୍ରେ : ୨୦୨୬ରେ ଉଡ଼ିବ ଇଲେକ୍ଟ୍ରିକ୍ ଏୟାର ଟାକ୍ସି Focus PlusNovember 10, 2023November 10, 2023 ନୂଆଦିଲ୍ଲୀ: ଭାରତରେ ୨୦୨୬ ସୁଦ୍ଧା ଇଲେକ୍ଟ୍ରିକ୍ ଏୟାର ଟାକ୍ସି ଉଡ଼ିବ। ଏଥିପାଇଁ ଇଣ୍ଡିଗୋର ମାଲିକାନା ରଖିଥିବା ସଂସ୍ଥା ଇଣ୍ଟରଗ୍ଲୋବ ଓ ଆମେରିକାର ଆର୍ଚର ଆଭିଏସନ ମଧ୍ୟରେ ସହଯୋଗିତା ହୋଇଛି। ଆର୍ଚର ଆଭିଏସନ୍ ଇଲେକ୍ଟ୍ରିକ ଏୟାର ଟାକ୍ସି ବିକାଶ କରୁଛି। ଜନବହୁଳ ସହରଗୁଡ଼ିକରେ ଟ୍ରାଫିକ ଜାମ ଏକ ବଡ଼ ସମସ୍ୟା ଭାବେ ଉଭା ହୋଇଥିବା ବେଳେ ଏୟାର ଟାକ୍ସି ତାହାର ସମାଧାନ କରିପାରିବ। କାର୍ରେ ଯେଉଁ ବାଟ ଅତିକ୍ରମ କରିବା ଲାଗି ୯୦ ମିନିଟ୍ ଲାଗୁଛି, ଏୟାର ଟାକ୍ସିରେ ସେଠାରେ ୭ ମିନିଟ୍ରେ ପହଞ୍ଚିହେବ। ଗୋଟିଏ ଏୟାର ଟାକ୍ସି ୪ ଜଣ ଯାତ୍ରୀ ଓ ଜଣେ ପାଇଲଟଙ୍କୁ ନେଇ ଗୋଟିଏ ଚାର୍ଜରେ ୧୬୧ କିମି ଯାତ୍ରା କରିପାରିବ। ଉଭୟ କଂପାନି ମିଶି ପ୍ରାରମ୍ଭିକ ପର୍ଯ୍ୟାୟରେ ୧୦୦ ଏୟାର ଟାକ୍ସି ନେଇ ଦିଲ୍ଲୀ, ମୁମ୍ବାଇ ଓ ବେଙ୍ଗାଲୁରୁରୁ ସେବା ଆରମ୍ଭ କରିବେ। ଇ-ଏୟାର ଟାକ୍ସିକୁ ପଣ୍ୟ ପରିବହନ, ଲଜିଷ୍ଟିକ୍ସ, ମେଡିକାଲ, ଜରୁରୀକାଳୀନ କାର୍ଯ୍ୟ ଏବଂ ଚାର୍ଟର ସେବାରେ ବ୍ୟବହାର କରିବାକୁ ଇଣ୍ଟରଗ୍ଲୋବ ଯୋଜନା ରଖିଛି।
ଦୀର୍ଘ ୨୦ ବର୍ଷ ବ୍ୟବଧାନ ପରେ ପୁଣି ଫାଇନାଲ ମ୍ୟାଚରେ ଭାରତ ସହ ଅଷ୍ଟ୍ରେଲିଆ । ମୁମ୍ବାଇ18/11/2023; ଆସନ୍ତା ୧୯ ତାରିଖରେ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଫାଇନାଲ ମ୍ୟାଚରେ ଇଣ୍ଡିଆ-ଅଷ୍ଟ୍ରେଲିଆ ମୁହାଁମୁହିଁ ହେବେ। ତେବେ ଭାରତ ଯେଉଁ ପ୍ରତିଶୋଧର ଅପେକ୍ଷାରେ ରହିଥିଲା ଶେଷରେ…
କଣ୍ଡକ୍ଟରଙ୍କ ଉପସ୍ଥିତ ବୁଦ୍ଧି ପାଇଁ ଅଳ୍ପକେ 49ଜଣ ଯାତ୍ରୀଙ୍କ ଜୀବନ ବଂଚିଗଲା। ଚଳନ୍ତା ଗାଡ଼ିର ଷ୍ଟେରିଙ୍ଗ ଉପରେ ଜୀବନ ଗଲା ଡ୍ରାଇଭରଙ୍କ । ଫୋକସ ପ୍ଲସ (କୋଣାର୍କ) 04/04/22 ଯାତ୍ରୀବାହୀ ଚଳନ୍ତା ବସ ଷ୍ଟେରିଇଂ ଉପରେ ଘଟିଛି ଡ୍ରାଇଭର ଙ୍କ ମୃତ୍ୟୁ,ଘଟଣା ସ୍ଥଳରେ କଣ୍ଡକ୍ଟର ଙ୍କ ଉପସ୍ଥିତ ବୁଦ୍ଧି ପାଇଁ ଅଳ୍ପକେ…