ଫୋକସ ପ୍ଲସ 18/11/22( ବ୍ରହ୍ମପୁର):ଛାତ୍ରଙ୍କୁ ମହଙ୍ଗା ପଡ଼ିଛି ରାଗିଂ। ବ୍ରହ୍ମପୁର ବିନାୟକ ଆଚାର୍ଯ୍ୟ କଲେଜରୁ ବିଦା ହେବେ ରାଗିଂ କରିଥିବା ଛାତ୍ର ଛାତ୍ରୀ I
ଏନେଇ ସୂଚନା ଦେଇଛନ୍ତି ଅଧ୍ୟକ୍ଷା ପ୍ରମିଳା ଖାଡ଼ଙ୍ଗା। ଅନ୍ୟପକ୍ଷରେ ବ୍ରହ୍ମପୁର ଏସ୍ପି ଶ୍ରବଣା ବିବେକ ଏମ୍ କହିଛନ୍ତି I ଭାଇରାଲ୍ ଭିଡିଓରେ ଥିବା ସମସ୍ତ ୧୨ ଜଣଙ୍କୁ କଲେଜରୁ ତଡ଼ାଯିବ। ଗିରଫ ୫ ଜଣଙ୍କ ମଧ୍ୟରୁ ୩ ଜଣ ସାବାଳକଙ୍କୁ କୋର୍ଟ ଚାଲାଣ କରାଯାଇଥିବା ବେଳେ ଅନ୍ୟ ୨ ଅଭିଯୁକ୍ତ ନାବାଳକଙ୍କୁ ବାଳସୁଧାର ଗୃହ ପଠା ଯାଇଛି। ରାଗିଂରେ ସଂପୃକ୍ତ ଥିବା ଛାତ୍ରୀମାନଙ୍କ ଉପରେ ମଧ୍ୟ କାର୍ଯ୍ୟାନୁଷ୍ଠାନ ହେବ ବୋଲି ଏସ୍ପି କହିଛନ୍ତି Iବିନାୟକ ଆଚାର୍ଯ୍ୟ କଲେଜ କ୍ୟାମ୍ପସ୍ରେ ଜଣେ + ୨ ଛାତ୍ରୀଙ୍କୁ କେତେକ ଛାତ୍ରଛାତ୍ରୀ ରାଗିଂ କରୁଥିଲେ। +୩ ଛାତ୍ର ଅଭିଷେକ ନାହାକ ଓ ତାଙ୍କ ସାଥୀମାନେ ଠେଙ୍ଗା ଧରି ଜଣେ ଛାତ୍ରୀଙ୍କ ଗାଲକୁ କିସ୍ ଦେବାକୁ ଜଣେ ଛାତ୍ରଙ୍କୁ କହୁଥିଲେ। ଛାତ୍ର ଜଣକ ଅସହାୟ ହୋଇ ଭୟରେ ଛାତ୍ରୀଙ୍କ ଗେଲକୁ କିସ୍ ଦେଉଥିଲେ ଓ ଆଇ ଲଭ୍ ୟୁ କହୁଥିଲେ। ଅଭିଷେକ ଓ ତାଙ୍କ ସାଥୀ(ଛାତ୍ରଛାତ୍ରୀ)ମାନେ ଅଶ୍ଲୀଳ ଭାଷାରେ ଗାଳି ମଧ୍ୟ ଦେଉଥିଲେ। ଯାହାର ଭିଡିଓ ସୋଶିଆଳ ମିଡିଆରେ ଭାଇରାଲ୍ ହୋଇଥିଲା। ଶେଷରେ ଭିଡିଓଟି ପୁଲିସ୍ ପାଖରେ ପହଞ୍ଚିଲା।ବିନାୟକ ଆଚାର୍ଯ୍ୟ କଲେଜ କ୍ୟାମ୍ପସ୍ରେ ହୋଇଥିବା ରାଗିଂ ଭିଡିଓଟି ଭାଇରାଲ୍ ହେବା ପରେ ବିଭିନ୍ନ ମହଲରେ ଉଦ୍ବେଗ ପ୍ରକାଶ ପାଇଥିଲା। ପୁଲିସ୍ ନିଜ ଆଡୁ ମାମଲା ରୁଜୁ କରିଥିଲା। ଘଟଣାର ତଦନ୍ତ ପାଇଁ କଲେଜ ଅଧ୍ୟକ୍ଷାଙ୍କୁ କହିଥିଲେ। ଏପରିକି ଭାଇରାଲ୍ ହେଉଥିବା ଭିଡିଓଟି ଦେଇଥିଲା ପୁଲିସ୍।
