ଦୁଖଃଦ ଖବର :ମୃତ୍ୟୁ ବି ଏମିତି ଆସେ…

ଭଦ୍ରକ ୦୧।୦୪ : ପ୍ରବଚନ ବେଳେ ଚାଲିଗଲା ଜୀବନ । ଅଧ୍ୟାପକ ତଥା ରାମଚରିତ ମାନସ ପ୍ରବଚକ ଗୋପାଳ ପ୍ରସାଦ ବେଜଙ୍କର ମୃତ୍ୟୁ ହୋଇଯାଇଛି । ଭଦ୍ରକ ଜିଲ୍ଲା ସାହାଡ଼ା ପଞ୍ଚାୟତରୁ ଆସିଛି ଏପରି ଦୁଃଖଦ ଖବର ।

ଖବର ଅନୁଯାୟୀ, ରାମ ମନ୍ଦିରରେ ତିନି ଦିନ ପାଇଁ ଶ୍ରୀରାମ ଚରିତ ମାନସର ନବାହ୍ନ ପାରାୟଣ ଓ ପ୍ରବଚନ କାର୍ଯ୍ୟକ୍ରମର ଆୟୋଜିତ ହୋଇଥିଲା । ଯେଉଁଥିରେ ପ୍ରବଚକ ଭାବରେ ଯୋଗ ଦେଇଥିଲେ ବାସୁଦେବପୁର ବ୍ଲକ ଆଢୁଆଁ ଧାତାପୁରର ବିଶିଷ୍ଠ ପ୍ରବଚକ ତଥା ଅଧ୍ୟାପକ ଗୋପାଳ ପ୍ରସାଦ ବେଜ । ଏହି କାର୍ଯ୍ୟକ୍ରମର ୨ୟ ଦିବସରେ ପ୍ରବଚନ ଦେଉଥିବା ବେଳେ ହଠାତ୍‌ ସେ ଅସୁସ୍ଥ ହୋଇପଡିଥିଲେ । ପରେ ତାଙ୍କର ସହଯୋଗମାନେ ଘଟଣାସ୍ଥଳରୁ ଉଦ୍ଧାର କରି ଭଦ୍ରକ ମେଡିକାଲରେ ଭର୍ତ୍ତି କରିଥିଲେ । ହେଲେ ସେଠାର ଡାକ୍ତର ତାଙ୍କୁ ମୃତ୍ୟୁ ଘୋଷଣା କରିଥିଲେ । ତେବେ ଗୋପାଳ ପ୍ରସାଦଙ୍କ ମୃତ୍ୟୁ ପରେ ପୁରା ଅଞ୍ଚଳରେ ଖେଳିଯାଇଛି ଶୋକର ଛାୟା ।

Leave a Reply

Your email address will not be published. Required fields are marked *