ନୂଆପଡ଼ା: ନୂଆପଡ଼ା ଉପନିର୍ବାଚନ ପାଇଁ ହୋଇଥିବା ମତଦାନର ମତଗଣନା ଶେଷ ହୋଇଛି। ୨୬ତମ ରାଉଣ୍ଡର ଭୋଟ୍ ଗଣତି ପରେ ନୂ୍ଆପଡ଼ାରେ ଭାରତୀୟ ଜନତା ପାର୍ଟି ବାଜି ମାରିଛି। ସବୁଠାରୁ ବଡ଼ କଥା ହେଲା, ବିଜେପି ଏଠାରେ ବଡ଼ ବ୍ୟବଧାନ ସହିତ ବିଜୟ ହାସଲ କରିଛି। ଜୟ ଢୋଲକିଆ ୧, ୨୩, ୮୬୯ ଖଣ୍ଡ ଭୋଟ୍ ପାଇଥିବା ବେଳେ ତାଙ୍କର ନିକଟତମ ପ୍ରାର୍ଥୀ ଘାସିରାମ ମାଝୀଙ୍କୁ ୪୦,୧୨୧ ଖଣ୍ଡ ଭୋଟ୍ ମିଳିଛି। ଅର୍ଥାତ ଜୟ ଢୋଲକିଆ ୮୩,୭୪୮ ଖଣ୍ଡ ଭୋଟ୍ ବ୍ୟବଧାନରେ ବିଜୟ ହାସଲ କରିଛନ୍ତି। କଂଗ୍ରେସ ପ୍ରାର୍ଥୀ ଘାସିରାମ ମାଝୀ ଓ ବିଜେଡି ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆ ବିଜୟ ପାଇଁ ଆଶା ରଖିଥିଲେ ମଧ୍ୟ ସେମାନଙ୍କୁ ଜନତା ଗ୍ରହଣ କରିନାହାନ୍ତି। ନୂଆପଡ଼ାରେ ପୁଣି ଥରେ ପଦ୍ମ ଫୁଟିଛି। ଏହା ପୁଣି ୧୦ ବର୍ଷ ପରେ। ନୂଆପଡ଼ାର ଜନତା ଭାରତୀୟ ଜନତା ପାର୍ଟିକୁ ପୁଣି ଥରେ ବିପୁଳ ଭୋଟ୍ ଦେଇଛନ୍ତି। ବିଜୟୀ ପ୍ରାର୍ଥୀ ଜୟ ଢୋଲକିଆ ବିଜୟ ଶୋଭାଯାତ୍ରା କରିଛନ୍ତି। ସେ ଖରିଆର ରୋଡ୍ରେ ନିଜ ପରିବାର ଏବଂ ସମର୍ଥକମାନଙ୍କ ସହିତ ଶୋଭାଯାତ୍ରାରେ ସାମିଲ ହୋଇଛନ୍ତି।
