ବନ୍ୟା ସ୍ଥିତି ସମୀକ୍ଷା ପାଇଁ ମାଲକାନଗିରି ଯିବେ ମୁଖ୍ୟମନ୍ତ୍ରୀ।

ଲଗାତର ୩ ଦିନର ଲଗାଣ ବର୍ଷାରେ ବେହାଲ ହୋଇ ପଡ଼ିଛି ଆଦିବାସୀ ଅଧ୍ୟୁଷିତ ମାଲକାନଗିରି ଜିଲ୍ଲା। ବନ୍ୟା ସ୍ଥିତିରେ ସାମାନ୍ୟ ସୁଧାର ଆସିଥିବା ବେଳେ ଏବେ କିନ୍ତୁ ଲୋକଙ୍କ ଦୁର୍ଦ୍ଦଶା ବଢ଼ିବାରେ ଲାଗିଛି। ଜିଲ୍ଲାର ଅନେକ ଅଞ୍ଚଳର ରାସ୍ତାଘାଟ ମଧ୍ୟ ଧୋଇ ହୋଇଯାଇଛି । ବନ୍ୟା ସ୍ଥିତିର ସମୀକ୍ଷା ପାଇଁ ଆଜି ମାଲକାନଗିରି ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଆକାଶମାର୍ଗରୁ ମୁଖ୍ୟମନ୍ତ୍ରୀ ବନ୍ୟାଞ୍ଚଳ ପରିଦର୍ଶନ କରିବା ସହ କ୍ଷୟକ୍ଷତିର ସମୀକ୍ଷା କରିବେ।

ତାଙ୍କ ସହ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ମଧ୍ୟ ଉପସ୍ଥିତ ରହିବେ ।

Leave a Reply

Your email address will not be published. Required fields are marked *