ଭୁବନେଶ୍ୱର,୬।୧୨(ଫୋକସ ପ୍ଲସ); ବାତ୍ୟା ମିଗ୍ଜୋମ୍ ସ୍ଥଳଭାଗ ଛୁଇଁବା ପରେ ଦୁର୍ବଳ ହେବାରେ ଲାଗିଛି ଏବଂ କେନ୍ଦ୍ରୀୟ ଆନ୍ଧ୍ର ଉପକୂଳରେ ଗଭୀର ଅବପାତରେ ପରିଣତ ହୋଇଛି। ଆଗାମୀ କିଛି ଘଣ୍ଟା ଭିତରେ ଏହା ଅବପାତର ରୂପ ନେବ ବୋଲି ଭାରତୀୟ ପାଣିପାଗ ବିଭାଗ ସୂଚନା ଦେଇଛି । ଅନ୍ୟପକ୍ଷ ବାତ୍ୟା ପ୍ରଭାବରେ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ବୁଧବାର ମାଲକାନଗିରି, କୋରାପୁଟ ଏବଂ ରାୟଗଡ଼ାରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ଆକଳନ କରି ଅରେଞ୍ଜ ଆଲର୍ଟ ଜାରି କରିଛି । ସେହିପରି ଗଞ୍ଜାମ, ଗଜପତି, ନବରଙ୍ଗପୁର, କଳାହାଣ୍ଡି ଏବଂ କନ୍ଧମାଳ ଜିଲ୍ଲା ପାଇଁ ୟେଲୋ ୱାର୍ନିଂ ଜାରି କରାଯାଇଛି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ଜାରିରହିଛି ଏବଂ ବର୍ଷାର ପ୍ରଭାବ ଆଗାମୀ ୨୪ ଘଣ୍ଟା ଯାଏ ରହିବ ବୋଲି ପାଣିପାଗ ବିଭାଗରୁ ପକ୍ଷରୁ ସୂଚନା ମିଳିଛି।
ବାତ୍ୟା ମିଗ୍ଜୋମ୍ ପ୍ରଭାବରେ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ଜାରିରହିଛି |
