ମଥାନୀ ଠାରେ ବିପଦ ସଂକେତ ୫.୫୦ମିଟର ଥିବା ବେଳେ ସକାଳ ୬ଟା ସୁଦ୍ଧା ଜଳସ୍ତର ବୃଦ୍ଧି ପାଇ ୬.୨୨ ମିଟରରେ ପ୍ରବାହିତ ହେଉଛି ।
ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି ଜଳକା ନଦୀର ଜଳସ୍ତର । ମଥାନୀ ଠାରେ ବିପଦ ସଂକେତ ୫.୫୦ମିଟର ଥିବା ବେଳେ ସକାଳ ୬ଟା ସୁଦ୍ଧା ଜଳସ୍ତର ବୃଦ୍ଧି ପାଇ ୬.୨୨ ମିଟରରେ ପ୍ରବାହିତ ହେଉଛି । ଲଘୁଚାପ ଜନିତ ଲଗାଣ ବର୍ଷା ଲାଗି ରହିବା ସହ ଜଳକା ନଦୀର ଉପର ମୁଣ୍ଡ ମୟୁରଭଞ୍ଜ ଜିଲ୍ଲାରେ ଲଗାଣ ବର୍ଷା ଯୋଗୁଂ ଜଳସ୍ତର ଅଧିକ ବୃଦ୍ଧି ପାଇବାରେ ଲାଗିଛି । ବିଭିନ୍ନ ସ୍ଥାନରେ ନଦୀବନ୍ଧ ଦୁର୍ବଳ ଥିବାରୁ ବନ୍ୟା ଆଶଙ୍କାରେ ଭୟଭୀତ ଅଛନ୍ତି ନଦୀ ତଟବର୍ତ୍ତୀ ଅଞ୍ଚଳବାସୀ । ଜଳକା ନଦୀର ଉପର ମୁଣ୍ଡ ମୟୁରଭଞ୍ଜ ଜିଲ୍ଲାର ଶୁଳିଆପଦା,ମୋରଡା,ଚିତ୍ରଡା,ରାସଗୋବିନ୍ଦପୁର ଅଞ୍ଚଳରେ ପ୍ରବଳ ବର୍ଷା କାରଣରୁ କ୍ରମଶଃ ବଢୁଛି ନଦୀର ଜଳସ୍ତର ।