ବିଶ୍ୱ ଜଳ ଦିବସ, ଆସନ୍ତୁ ସପଥ ନେବା ଭବିଷ୍ୟତ ପିଢ଼ି ପାଇଁ ବଞ୍ଚାଇବା ଜଳ

ଭୁବନେଶ୍ୱର(ଫୋକସ ପ୍ଲସ :ଅନିଲ କୁମାର ଧଳ)

ଜଳ ବିନା ଜୀବ ଜଗତ ଅସମ୍ଭବ ।  ବିନା ଜଳରେ ଦୂବ ବି କଇଁଳିବା ସମ୍ଭବପର ନୁହେଁ । ଜଳ ଅଛି ମାନେ, ଜୀବନ ରହିଛି  । କିନ୍ତୁ ଅନେକ ସମୟରେ ଜଳର ଅଯଥା ବ୍ୟବହାର, ଆଗାମୀ ପିଢୀ ପାଇଁ ସୃଷ୍ଟି କରିବାକୁ ଯାଉଛି ବିପଦ  ।  ପୃଥିବୀର ପ୍ରାୟ ୭୧.୪ ପ୍ରତିଶତ ଜଳପୂର୍ଣ୍ଣ ଅଟେ । ଆକାଶରେ ବାଦଲରୁ ବର୍ଷା ରୂପରେ ଜଳ ତଳକୁ ପଡେ । ଜୀବନ ପାଇଁ ଜଳର ମୂଲ୍ୟ ଅତି ଜରୁରୀ । କିନ୍ତୁ ଜଣାଯାଏ ଯେ ୨୦୨୫ ସୁଦ୍ଧା ବିଶ୍ବର ଅର୍ଦ୍ଧାଧିକ ଲୋକେ ଯଥେଷ୍ଟ ଜଳ ପାଇବେ ନାହିଁ ।

ଜାତି ସଂଘର ଅନୁମୋଦନ କ୍ରମେ ପ୍ରତିବର୍ଷ ମାର୍ଚ୍ଚ ୨୨ ତରିଖକୁ ବିଶ୍ବ ଜଳ ଦିବସ ଭାବେ ପାଳନ କରାଯାଇ ଆସୁଛି । ବିଶ୍ବର ସମସ୍ତ ବିକଶିତ ଦେଶରେ ସ୍ୱଚ୍ଛ ଏବଂ ସୁରକ୍ଷିତ ଜଳ ଉପଲବ୍ଧ କରାଇବା ସହ ଜଳ ସଂରକ୍ଷଣର ମହତ୍ତ୍ୱ ତଥା ଆବଶ୍ୟକତା ବିଷୟରେ ଜନ ସଚେତନତା ସୃଷ୍ଟି କରିବା ଏହାର ଉଦ୍ଦେଶ୍ୟ । ପ୍ରଥମ ଥର ପାଇଁ ୧୯୯୨ ମସିହାରେ ବ୍ରାଜିଲ ସ୍ଥିତ ରିଓ ଡି ଜେନିରୋଠାରେ ମିଳିତ ଜାତିସଂଘର ଆୟୋଜିତ “ପର୍ଯ୍ୟାବରଣ ଓ ବିକାଶ ସମ୍ମେଳନ”ରେ ବିଶ୍ୱ ଜଳ ଦିବସ ପାଳନ କରାଯିବାର ନିଷ୍ପତ୍ତି ନିଆଯାଇଥିଲା ।

ପରେ ପୁଣି ମିଳିତ ଜାତିସଂଘର ସାଧାରଣ ସଭାରେ ୧୯୯୩ ମସିହାରେ ଏହି ନିଷ୍ପତ୍ତି ଅନୁମୋଦନ ଲାଭ କଲା । ସ୍ୱଚ୍ଛ ତଥା ସୁରକ୍ଷିତ ଜଳର ଆବଶ୍ୟକତା ବିଷୟରେ ଜନ ସଚେତନତା ବୃଦ୍ଧି କରିବା ଲକ୍ଷ୍ୟରେ ଏହି ଦିନଟିକୁ ପ୍ରତିବର୍ଷ ଏକ ବାର୍ଷିକ କାର୍ଯ୍ୟକ୍ରମ ଭାବେ ପାଳିବାକୁ ସର୍ବ ସମ୍ମତି କ୍ରମେ ଗୃହିତ ହେଲା । ତେଣୁ ମାନବଜାତିର ଭବିଷ୍ୟତ ପାଇଁ ଜଳ ନଷ୍ଟ କରିବା ଅନୁଚିତ ।

Leave a Reply

Your email address will not be published. Required fields are marked *