ମେଜର, ପୀଡ଼ିତାଙ୍କ ନାଁ ପ୍ରକାଶ ନ କରିବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

ଭରତପୁର ଥାନା ଘଟଣାକୁ ନେଇ ହାଇକୋର୍ଟ ନିଜ ଆଡୁ ମାମଲା ରୁଜୁ କରି ଶୁଣାଣି କରିଛନ୍ତି।। ପୀଡ଼ିତା ଓ ମେଜରଙ୍କ ନାଁ ଗଣମାଧ୍ୟମରେ ପ୍ରକାଶ କରିବାକୁ ବାରଣ କରିଛନ୍ତି ହାଇକୋର୍ଟ। ଏଥିସହିତ ସମସ୍ତ ଥାନାର ସିସିଟିଭି ସ୍ଥିତି ଜଣାଇବାକୁ ଏଡିଜିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। ଏଡିଜି ଆଧୁନିକୀକରଣଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। ମାମଲା ତଦନ୍ତର ଅନୁଧ୍ୟାନ ପାଇଁ ମନା କରିଛନ୍ତି ହାଇକୋର୍ଟ।

କେନ୍ଦୁଝର ଗସ୍ତରୁ ଫେରିବା ପରେ ମୁଖ୍ୟମନ୍ତ୍ରୀ ଲୋକସେବା ଭବନରେ ଏହି ଉଚ୍ଚସ୍ତରୀୟ ବୈଠକ କରିଥିଲେ। ଯେଉଁଥିରେ ଆଲୋଚନା କରି ଘଟଣାର ବିଚାର ବିଭାଗୀୟ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଥିଲେ। । ମାନ୍ୟବର ବିଚାରପତି ଜଷ୍ଟିସ ଚିତ୍ତରଞ୍ଜନ ଦାଶଙ୍କ ଦ୍ବାରା ଉକ୍ତ ତଦନ୍ତ ହେବ। ୬୦ ଦିନ ମଧ୍ୟରେ ରିପୋର୍ଟ ପ୍ରଦାନ କରିବା ପାଇଁ ମାନ୍ୟବର କମିଶନଙ୍କୁ ଅନୁରୋଧ କରାଯାଇଥିଲା। ଏହାସହିତ ମାନ୍ୟବର ହାଇକୋର୍ଟଙ୍କ ପ୍ରତ୍ୟକ୍ଷ ତଦାରଖରେ କ୍ରାଇମବ୍ରାଞ୍ଚ ତଦନ୍ତକୁ ତ୍ୱରାନ୍ବିତ କରିବା ପାଇଁ ମଧ୍ୟ ମାନ୍ୟବର ହାଇକୋର୍ଟଙ୍କୁ ଅନୁରୋଧ କରାଯାଇଥିଲା।

Leave a Reply

Your email address will not be published. Required fields are marked *