ରାଜ୍ୟର କିଛି ସ୍ଥାନରେ ତାପମାତ୍ରା ବୃଦ୍ଧି ସହ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ଘନ କୁହୁଡିର ଆସ୍ତରଣ ଦେଖିବାକୁ ମିଳିବ। 

ରାଜ୍ୟରେ ଜାନୁଆରିରୁ ଖରା ଆରମ୍ଭ ହୋଇଯାଇଛି। ମାଘ ମାସ ଅଧବାଟରେ ଥିବା ବେଳେ  ଜାଡ଼ ବଦଳରେ ପାରଦ ଉପରମୁହାଁ ହେଉଛି। ଉପକୂଳରୁ ଆଭ୍ୟନ୍ତର ପର୍ଯ୍ୟନ୍ତ, ସବୁଠି ଗରମ ଅନୁଭୂତ ହେଉଛି। ଦିନ ସମୟରେ ବାୟୁମଣ୍ଡଳ ଶୁଷ୍କ ରହୁଥିବା ବେଳେ ରାତିରେ ସମୁଦ୍ରରୁ ବାୟୁ ପ୍ରଭାବିତ ହେଉଛି। ଫଳରେ ଏଭଳି ସ୍ଥିତି ଦେଖିବାକୁ ମିଳିଛି। ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବା ସହ ତାପମାତ୍ରା ବୃଦ୍ଧି ହେବ। ୨ରୁ ୪ ଡିଗ୍ରି ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ନେଇ ପୂର୍ବାନୁମାନ କରାଯାଇଛି।

Leave a Reply

Your email address will not be published. Required fields are marked *