ଚଳିତ ବର୍ଷ ୧୧୪ଟି ପଞ୍ଚାୟତରେ ପ୍ରଥମ ପର୍ଯ୍ୟାୟରେ ଏହା ଆରମ୍ଭ ହେବ । ପରବର୍ତ୍ତୀ ୪ ବର୍ଷରେ ଅନ୍ୟ ପଞ୍ଚାୟତଗୁଡ଼ିକରେ ଏହାକୁ ପହଞ୍ଚାଯିବ । ଏହାସହ ୨୦୨୮ ସୁଦ୍ଧା ସମସ୍ତ ଶିକ୍ଷକ ପଦବୀ ପୂରଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କହିଛନ୍ତି । ଗୋଟିଏ ଆଦର୍ଶ ବିଦ୍ୟାଳୟ ଲାଗି ୪ରୁ ୫ କୋଟି ଖର୍ଚ୍ଚ ହେବ ।
ବୈଠକରେ ମୁଖ୍ୟମନ୍ତ୍ରୀ ସୂଚନା ପ୍ରଦାନ କରିଛନ୍ତି ଯେ, ପ୍ରତି ଉଚ୍ଚ ବିଦ୍ୟାଳୟକୁ ସୁଦୃଢ଼ କରାଯିବ। ସ୍ମାର୍ଟ ବିଦ୍ୟାଳୟ ପାଇଁ ପ୍ରାଥମିକ ବିଦ୍ୟାଳୟ ଫିଡର ସ୍କୁଲ୍ ରହିବ । ପ୍ରତି ପଞ୍ଚାୟତରେ ଗୋଟିଏ ଲେଖାଏଁ ଆଦର୍ଶ ବିଦ୍ୟାଳୟ ରହିବ ।
ରାଜ୍ୟର ୬୭୯୪ ପଞ୍ଚାୟତରେ ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ହେବ । ମଡେଲ୍ ସ୍କୁଲର ନାଁ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ରହିବ । ସମସ୍ତ ଭିତ୍ତିଭୂମି ସହ ପର୍ଯ୍ୟାପ୍ତ ଶିକ୍ଷକ ଓ ଅଣଶିକ୍ଷକ ନିଯୁକ୍ତ କରାଯିବେ । ଜାତୀୟ ଶିକ୍ଷା ନୀତି ଅନୁସାରେ ବ୍ୟବସ୍ଥା କରାଯିବ । ପ୍ରଥମରୁ ଅଷ୍ଟମ ଶ୍ରେଣୀ ପିଲା ଆଦର୍ଶ ବିଦ୍ୟାଳୟରେ ପାଠ ପଢ଼ିବେ। ସେଠାରୁ ପାଠପଢ଼ା ଶେଷ ପରେ ପିଲା ହାଇସ୍କୁଲ୍କୁ ଯିବେ ।