ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି।

ରାଷ୍ଟ୍ରପତି ମହାମହିମ ଦ୍ରୌପଦୀ ମୁର୍ମୁଙ୍କ ଗସ୍ତ ପାଇଁ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ଭୁବନେଶ୍ୱର ରାଜଭବନରେ ରହିବେ ରାଷ୍ଟ୍ରପତି । ବିମାନବନ୍ଦରରୁ ରାଜଭବନ ପର୍ଯ୍ୟନ୍ତ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ମୋଟ୍ ୩ ଜଣ ଡିସିପି, ୨୪ ଏସିପି, ୨୮ ଆଇଆଇସି, ୧୨ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଛି । ସୋମବାର ଦିନ ୧ଟା ୩୦ମିନିଟ୍ରେ ଭୁବନେଶ୍ୱରରେ ପହଞ୍ଚିବେ ରାଷ୍ଟ୍ରପତି । 

Leave a Reply

Your email address will not be published. Required fields are marked *