ଆଜି ସଂସଦରେ ଉପସ୍ଥାପତି ହେବ ପୂର୍ଣ୍ଣାଙ୍ଗ ବଜେଟ୍। ଏହାପୂର୍ବରୁ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ତାଙ୍କ ଟିମ୍ ସହିତ ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଛନ୍ତି। ବଜେଟର ଏକ କପି ତାଙ୍କୁ ପ୍ରଦାନ କରିଛନ୍ତି। ଏହି ବଜେଟ୍ଙ୍କୁ ରାଷ୍ଟ୍ରପତିଙ୍କ ପକ୍ଷରୁ ମଞ୍ଜୁରୀ ମିଳିଛି। ଏହି ସମୟରେ ଦେଖିବାକୁ ମିଳିଥିଲା ନିଆରା ଦୃଶ୍ୟ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ଦହି ଚିନି ଖୁଆଇ ଥିଲେ।
ରାଷ୍ଟ୍ରପତି ମୁର୍ମୁ ନିର୍ମଳା ସୀତାରମଣଙ୍କୁ ବଜେଟ ଉପସ୍ଥାପନ ପୂର୍ବରୁ ଆଶୀର୍ବାଦ କଲେ।
