ଶ୍ରୀବିଗ୍ରହଙ୍କ ଖସାପଡ଼ା ନୀତି, ୫ ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ

ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ଖସାପଡ଼ା ନୀତି ଅନୁଷ୍ଠିତ ହେବ। ସେଥିପାଇଁ ସନ୍ଧ୍ୟାରେ ପ୍ରାୟ ୫ଘଣ୍ଟା ଠାକୁରଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ। ଶ୍ରୀମନ୍ଦିର ପ୍ରଶାସନର ସୂଚନା ଅନୁସାରେ ଏହି ସ୍ୱତନ୍ତ୍ର ନୀତି ଅପରାହ୍ନ ୫ଟାରୁ ରାତି ୧୦ଟା ମଧ୍ୟରେ ଅନୁଷ୍ଠିତ ହେବ । ତେଣୁ ସେହି ସମୟରେ ସର୍ବସାଧାରଣ ଦର୍ଶନ ମିଳିବ ନାହିଁ । ଦ୍ୱିତୀୟ ଭୋଗମଣ୍ଡପ ନୀତି ସରିବା ପରେ ଦଇତାପତି ସେବକମାନେ ଠାକୁରଙ୍କ ଏହି ସେବା କରିଥାନ୍ତି । ଶ୍ରୀବିଗ୍ରହଙ୍କ ଶ୍ରୀଅଙ୍ଗ ସୁରକ୍ଷା ପାଇଁ ଏହି ନୀତି ପାଳନ କରାଯାଇଥାଏ। ତେବେ ସେଦିନର ନୀତି ଉପରେ ପ୍ରକୃତ ଦର୍ଶନ କଟକଣା ସମୟ ନିର୍ଭର ରହିବ।

Leave a Reply

Your email address will not be published. Required fields are marked *