୧୨ ବର୍ଷୀୟ ନାବାଳିକାକୁ ବଳତ୍କାର ମାମଲାରେ ଜେଲ ହାଜତରେ ରସିକିଆ ଫରେଷ୍ଟର!

ରାୟଗଡ଼ା: (ଫୋକସ ପ୍ଲସ )ଜଣେ ୧୨ ବର୍ଷୀୟ ନାବାଳିକା ବଳାତ୍କାର ମାମଲାରେ ପଦ୍ମପୁର ଥାନା ପୁଲିସ୍ ଜଣେ କାର୍ଯ୍ୟରତ ଫରେଷ୍ଟରଙ୍କୁ ଗିରଫ କରିଛି। ଗିରଫ ଫରେଷ୍ଟର ଜଣକ ନରସିଂହ ଶତପଥୀ ବୋଲି ଜଣାପଡିଛି। ସୂଚନା ଅନୁଯାୟୀ  ନରସିଂହ ଗୁଡ଼ାରୀ ରେଞ୍ଜ ଅଧିନସ୍ଥ କେନ୍ଦୁଗୁଡ଼ା ସେକ୍ସନ ରେ ଫରେଷ୍ଟର ଭାବେ କାର୍ଯ୍ୟରତ ଅଛନ୍ତି। ଶୁକ୍ରବାର ନରସିଂହ ତାଙ୍କ ଘର ପଡ଼ିଶାରେ ଅଜା ଘରେ ରହି ପାଠ ପଢୁଥିବା ଜଣେ ୧୨ ବର୍ଷୀୟ ନାବାଳିକାକୁ ପ୍ରଲୋଭନ ଦେଖାଇ ଘର ଭିତରକୁ ଡ଼ାକି ବଳାତ୍କାର ଉଦ୍ୟମ କରିଥିଲେ। ତେବେ ଏହି ସମୟରେ ନାବାଳିକା ଙ୍କ ସହିତ ଥିବା ଅନ୍ୟ ଜଣେ ଝିଅ ପରିବାର ଲୋକଙ୍କୁ ଜଣାଇଥିଲେ। ପରିବାରଲୋକ ଖବର ପାଇ ଫରେଷ୍ଟର ନରସିଂହଙ୍କ ଘରକୁ ଯାଇ ନାବାଳିକାଙ୍କୁ ଉଦ୍ଧାର କରିଥିଲେ। ଏହାପରେ ଗ୍ରାମବାସୀମାନେ ନରସିଂହକୁ କାବୁ କରି ମାଡ଼ ମାରିଥିଲେ। କେନ୍ଦୁଗୁଡା ଫାଣ୍ଡି ପୁଲିସ୍ ସୂଚନା ପାଇ ପଦ୍ମପୁର ଥାନା ଆଇଆଇସି ଧରଣୀଧର ପ୍ରଧାନଙ୍କୁ ସୂଚନା ଦେବା ସହିତ ଘଟଣାସ୍ଥଳ ରେ ପହଞ୍ଚିଥିଲେ। ସେଠାରୁ ନରସିଂହକୁ ଗିରଫ କରି ପଦ୍ମପୁର ଆଣି ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଥିବା ଆଇଆଇସି ପ୍ରଧାନ ସୂଚନା ଦେଇଛନ୍ତି।

Leave a Reply

Your email address will not be published. Required fields are marked *