ଭୁବନେଶ୍ୱର : ପୁଣି ବଙ୍ଗୋପସାଗରରେ ସୃଷ୍ଟି ହେଲା ଏକ ଲଘୁଚାପ କ୍ଷେତ୍ର। ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରର ଉତ୍ତର ଆନ୍ଧ୍ର ଓ ଦକ୍ଷିଣ ଓଡ଼ିଶା ଉପକୂଳ ଉପରେ ଏହି ଲଘୁଚାପ କ୍ଷେତ୍ରଟି ସୃଷ୍ଟି ହୋଇଥିବା ପାଣିପାଗ ବିଭାଗ ସୂଚନା ଦେଇଛି । ଏହି ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ଅଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ଏହି ସମ୍ପର୍କରେ ସୂଚନା ଦିଆଯାଇଛି। ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷାର ପରିମାଣ ଲାଗି ରହିବ। ବିଶେଷ କରି ପୂର୍ବ ଓ ପଶ୍ଚିମ ଓଡ଼ିଶା ଏବଂ ଦକ୍ଷିଣ ଓଡ଼ିଶାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର। ଆଜି ୧୫ ଜିଲ୍ଲାରେ ବର୍ଷା ସହ ଘଡ଼ଘଡ଼ି ହେବ। ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ସବୁ ଜିଲ୍ଲା ମାନଙ୍କରେ ୭ରୁ ୧୧ ସେଣ୍ଟିମିଟର ଯାଏ ବର୍ଷା ହେବାସହ ୨୭ ତାରିଖ ପରେ ପାଗରେ ପରିବର୍ତ୍ତନ ହେବ ବୋଲି ପାଣିପାଗ ପକ୍ଷରୁ ସୂଚନା ଦିଆଯାଇଛି।
୧୫ ଜିଲ୍ଲାରେ ପ୍ରବଳ ଛେଚିବ !
