ସ୍କୁଲ ଶିକ୍ଷାକୁ ସୁଦୃଢ଼ ଓ ଉନ୍ନତ କରିବା ପାଇଁ ରାଜ୍ୟରେ ଗୋଟିଏ ବୋର୍ଡର ଆବଶ୍ୟକତା ରହିଛି ବୋଲି ବୈଠକରେ ମତ ପ୍ରକାଶ ପାଇଥିଲା। ଏହି ଅନୁଯାୟୀ ରାଜ୍ୟର ମାଧ୍ୟମିକ ଶିକ୍ଷା ପରିଷଦ ଏବଂ ରାଜ୍ୟ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ବିଏସ୍ସି ଓ ସିଏଚଏସଇ)କୁ ମିଶାଇ ଗୋଟିଏ ବୋର୍ଡ ଗଠନ କରିବାକୁ ନିଷ୍ପତ୍ତି ନିଆଯାଇଥିଲା।
ଆସନ୍ତା ୩ ବର୍ଷରେ ୪୫ ହଜାର ଶିକ୍ଷକ ନିଯୁକ୍ତି ହେବେ
-ତନ୍ମଧ୍ୟରୁ ୪୦ ହଜାର ନୂତନ ଶିକ୍ଷକ ପଦବୀ ସୃଷ୍ଟି ହେବ
-ଦଶମ ପର୍ଯ୍ୟନ୍ତ ସବୁ ପିଲାଙ୍କୁ ମାଗଣାରେ ପାଠ୍ୟ ପୁସ୍ତକ ଦିଆଯିବ
-ସ୍କିମାଟିକ୍ ପ୍ରାଥମିକ ଶିକ୍ଷକଙ୍କୁ ନିୟମିତ କରିବା ପାଇଁ ନିଷ୍ପତ୍ତି
-BSE ଓ CHSEକୁ ମିଶାଇ ଗୋଟିଏ ବୋର୍ଡ କରାଯିବ
-ମାଧ୍ୟମିକ ଶିକ୍ଷା ପରିଷଦ ଓ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ମିଶିଯିବ
-ଜାତୀୟ ଶିକ୍ଷାନୀତି ଅନୁଯାୟୀ ପ୍ରାଥମିକ ଶିକ୍ଷାରେ ହେବ ବ୍ୟାପକ ପରିବର୍ତ୍ତନ
-NCERT ଢ଼ାଞ୍ଚାରେ SCERTକୁ ବିକଶିତ କରିବାକୁ ପଦକ୍ଷେପ ନିଆଯିବ
-ଟେଷ୍ଟ ବୁକ୍ ପ୍ରକାଶନ ଓ ମାର୍କେଟିଙ୍ଗ ସଂସ୍ଥାର ସୁଦୃଢ଼ୀକରଣ ପାଇଁ ନିଷ୍ପତ୍ତି