ଚିଲିକା ୩୦/୦୨/୨୦୨୪: ଆଜି ମଧ୍ୟାହ୍ନରେ ବାଲୁଗାଁ ଥାନା ଅନ୍ତର୍ଗତ ୧୬ ନଂ ଜାତୀୟ ରାଜପଥ ସୁବୁଦ୍ଧିପାଟଣା ଛକ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି।ଖବର ମୁତାବକ ଆଜି ମଧ୍ୟାହ୍ନରେ ଆସ୍କାରୁ ଭୁବନେଶ୍ୱର ଅଭିମୁଖେ ନମସ୍କାର ନାମକ ଏକ ଯାତ୍ରୀବାହୀ ବସ ଯାଉଥିବା ବେଳେ ସୁବୁଦ୍ଧିପାଟଣା ଛକ ନିକଟରେ ଏକ ମାଛ ବୋଝେଇ କଣ୍ଟେନର ପଛ ପାର୍ଶ୍ୱକୁ ଧକ୍କା ଦେଇଥିଲା।ଯାହାଫଳରେ ଯାତ୍ରୀବାହୀ ବସଟି ଭାରସାମ୍ୟ ହରାଇ ରାସ୍ତା ପାର୍ଶ୍ୱକୁ ଓଲଟି ପଡିଥିଲା।ଖବର ପାଇ ଦୁର୍ଘଟଣା ସ୍ଥଳରେ ନାଭାଲ ଫାଣ୍ଡି ଅଧିକାରୀ ରବୀନ୍ଦ୍ରନାଥ ଗୌଡା,ଅଗ୍ନିଶମ ବାହିନୀ ଓ ୧୦୮ ଆମ୍ବୁଲାନ୍ସ ପହଞ୍ଚି ସ୍ଥାନୀୟ ଲୋକଙ୍କ ସହାୟତାରେ ଆହତ ଯାତ୍ରୀଙ୍କୁ ଉଦ୍ଧାର କରି ବାଲୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ।ଏଥିସହିତ ବସରେ ଥିବା ସୁରକ୍ଷିତ ଯାତ୍ରୀମାନଙ୍କୁ ଉଦ୍ଧାର କରି ଅନ୍ୟ ବସ ଯୋଗେ ସେମାନଙ୍କ ଗନ୍ତ୍ୟବ ସ୍ଥଳକୁ ପଠାଇଦିଆଯାଇଛି।ନାଭାଲ ଫାଣ୍ଡି ଅଧିକାରୀ ଶ୍ରୀ ଗୌଡା ଉଭୟ ଗାଡି ଦ୍ୱୟକୁ ଜବତ କରି ତଦନ୍ତ ଜାରିରଖିଛି।