ଅପରେସନ ସିନ୍ଦୂରର ସଫଳତାକୁ ନେଇ ଆଜିଠୁ ଆରମ୍ଭ ହୋଇଛି ଦେଶବ୍ୟାପୀ ତ୍ରିରଙ୍ଗା ଯାତ୍ରା । ବିଜେପି ପକ୍ଷରୁ ଏହି ତ୍ରିରଙ୍ଗା ଶୋଭାଯାତ୍ରା ୧୦ ଦିନ ଧରି ଚାଲିବ । ଏହା ମାଧ୍ୟମରେ ପହଲଗାମ ଆକ୍ରମଣର ପ୍ରତିଶୋଧ ଓ ଅପରେସନ ସିନ୍ଦୂର ଜରିଆରେ ଆତଙ୍କୀଙ୍କ ଉପରେ ଭାରତର ବିଜୟ ଓ ତିନି ସେନାର ବୀରତ୍ବ ସମ୍ପର୍କରେ ଲୋକଙ୍କୁ ଅବଗତ କରାଯିବ ।
ଭାରତ କିପରି ନିଜ ନାଗରିକଙ୍କୁ ସୁରକ୍ଷିତ ରଖିବା ସହ ବିଶ୍ବରେ ନିଜର ସ୍ବାଭିମାନକୁ ସୁରକ୍ଷିତ ରଖିପାରିଛି ଏହାକୁ ଉପସ୍ଥାପନା କରାଯିବ। ଏହିକ୍ରମରେ ଓଡ଼ିଶାର ରାଜଧାନୀ ଭୁବନେଶ୍ବରର କଳିଙ୍ଗ ଷ୍ଟାଡିୟମ ପରିସରରୁ ମଧ୍ୟ ତ୍ରିରଙ୍ଗା ଶୋଭାଯାତ୍ରା ବାହରିଛି । କାର୍ଯ୍ଯକ୍ରମରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମୁଖ୍ୟମନ୍ତ୍ରୀଙ୍କ ସମେତ ଉପମୁଖ୍ୟମନ୍ତ୍ରୀ ଏବଂ ତାଙ୍କର ମନ୍ତ୍ରିମଣ୍ଡଳ ମଧ୍ୟ ତ୍ରିରଙ୍ଗା ଧରି ପଦଯାତ୍ରା ପରେ ବାଇକ୍ ରାଲିରେ ବାହାରିଥିଲେ । କ୍ରୀଡା ମନ୍ତ୍ରୀ ସୂର୍ଯ୍ଯବଂଶୀ ସୂରଜଙ୍କ ବାଇକରେ ବସି ମୁଖ୍ୟମନ୍ତ୍ରୀ ବାଇକ୍ ରାଲିରେ ବାହାରିଛନ୍ତି ।