ଦେହରେ କିରୋସିନ ଢାଳି ଜଳିଗଲେ ଯୁବତୀ

କେନ୍ଦ୍ରାପଡ଼ା: ରାଜ୍ୟରେ ଆଉ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ପୁଣିଥରେ ଅଭାବନୀୟ ଘଟଣା ଘଟିଛି କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ । ଜଣେ ଯୁବତୀ ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଇଛନ୍ତି । ଗୁରୁତର ଭାବେ ପୋଡ଼ିଯିବାରୁ ତାଙ୍କର ମୃତ୍ୟୁ ହୋଇଯାଇଛି । କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ଜଣେ ଯୁବତୀ ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଇଛନ୍ତି । ତେବେ ଯୁବତୀ ଜଣକ କେଉଁ କାରଣରୁ ଏଭଳି ଏକ ଚରମ ପଦକ୍ଷେପ ନେଲେ, ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ । ଖବର ପାଇ ସ୍ଥାନୀୟ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି । ପାରିପାର୍ଶ୍ୱିକ ସ୍ଥିତି ଓ ପରିବାର ଲୋକଙ୍କ ବୟାନ ଆଧାରରେ ମୃତ୍ୟୁର ପ୍ରକୃତ କାରଣ ଜାଣିବା ପାଇଁ ତଦନ୍ତ ଜାରି ରଖିଛି ପୋଲିସ । କେଉଁ କାରଣରୁ ଏପରି ପରିସ୍ତିତି ବାରମ୍ବାର ସୃଷ୍ଟି ହଉଛି ତାର କାରଣ ଖୋଜୁଛି ପୋଲିସ ।

Leave a Reply

Your email address will not be published. Required fields are marked *