ଆଜିଠାରୁ ପ୍ରବଳ ବର୍ଷା

ଭୁବନେଶ୍ୱର : ଆଜିଠାରୁ ପ୍ରବଳ ବର୍ଷିବ । ସୂଚନାନୁସାରେ ଆସନ୍ତାକାଲି ଉତ୍ତର ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ।ଉପକୂଳ ଓଡ଼ିଶାରେ ଅନେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ଆକଳନ କରିଛି ପାଣିପାଗ ବିଭାଗ । ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ କୋରାପୁଟ ଓ ମାଲକାନଗିରି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଏହି ଜିଲ୍ଲାମାନଙ୍କୁ ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, ଗଞ୍ଜାମ, ଗଜପତି ଓ କନ୍ଧମାଳ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆ ଯାଇଛି । ଏହିସବୁ ଜିଲ୍ଲାରେ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିପାରେ । ସେହିପରି ଆସନ୍ତାକାଲି ଅତି ପ୍ରବଳ ବର୍ଷା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଥିବା ବେଳେ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ୧୫ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।୧୬ ତାରିଖରୁ ବର୍ଷା ପରିମାଣ କମିପାରେ ।

Leave a Reply

Your email address will not be published. Required fields are marked *