ଭୁବନେଶ୍ୱର : ସକ୍ରିୟ ରହିଛି କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ । ଆହୁରି ୩ଦିନ ପ୍ରବଳ ବର୍ଷିବ । ଏହାର ପ୍ରଭାବରେ ୧୮ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଆଗାମୀ କିଛି ଘଣ୍ଟା ମଧ୍ୟରେ ଲଘୁଚାପ ଉତ୍ତର ପଶ୍ଚିମ ଦିଗରେ ଗତି କରି ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ର ଅତିକ୍ରମ କରିବ । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ୧୮ ତାରିଖ ଯାଏ ପ୍ରବଳ ବର୍ଷା ରହିଛି । ବିଶେଷକରି ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଆଜି କୋରାପୁଟ, ନବରଙ୍ଗପୁର, ରାୟଗଡ଼ା ଓ ଗଜପତି ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ରାଜ୍ୟରେ ୨୩ ଜିଲ୍ଲାରେ ହାଲୁକାରୁ ମାଧ୍ୟମଧରଣର ବର୍ଷା ହେବାକୁ ଥିବା ବେଳେ ଉପକୂଳବର୍ତ୍ତୀ ଅଞ୍ଚଳରେ ପାଗ ମେଘୁଆ ହେବା ସହ ପବନର ବେଗକୁ ନେଇ ସମୁଦ୍ର ଅଶାନ୍ତ ରହିବ । ତେଣୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନଯିବାକୁ ବାରଣ କରାଯାଇଛି ।
ପ୍ରବଳ ଛେଚିବ, ୧୮ ପର୍ଯ୍ୟନ୍ତ ବର୍ଷାରୁ ନିସ୍ତାର ନାହିଁ
