ଆଜି ପ୍ରକାଶ ପାଇବ ମାଟ୍ରିକ୍ ସପ୍ଲିମେଣ୍ଟାରୀ ରେଜଲ୍ଟ। ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଏନେଇ ସୂଚନା।

ସୂଚନାଯୋଗ୍ୟ, ଚଳିତ ବର୍ଷ ମୋଟ ୫ ଲକ୍ଷ ୨ ହଜାର ୪୧୭ ଛାତ୍ରଛାତ୍ରୀ ମାଟ୍ରିକ୍ ପରୀକ୍ଷା ଦେଇଥିଲେ । ସେମାନଙ୍କ ମଧ୍ୟରୁ ୪ ଲକ୍ଷ ୮୪ ହଜାର ୮୬୩ ଛାତ୍ରଛାତ୍ରୀ ପାସ୍ କରିଥିଲେ । ୧୭ ହଜାର ୩୮୪ ଛାତ୍ରଛାତ୍ରୀ ଫେଲ୍ ହୋଇଥିଲେ। ସେମାନଙ୍କ ମଧ୍ୟରୁ ହାଇସ୍କୁଲ ସପ୍ଲିମେଣ୍ଟାରୀ ପରୀକ୍ଷା ୯୮ ଟି ପରୀକ୍ଷା କେନ୍ଦ୍ରରେ ୩୨୩୨ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଇଛନ୍ତି । ରାଜ୍ୟ ମୁକ୍ତ ବିଦ୍ୟାଳୟ ବା ଓପନ ସ୍କୁଲ ପରୀକ୍ଷା ୧୦୩ ଟି କେନ୍ଦ୍ରରେ ୧୦ ହଜାର ୮୦୯ ଜଣ ପରୀକ୍ଷାର୍ଥୀ ଦେଇଛନ୍ତି। ଜୁଲାଇ ୧ରୁ ୧୦ ତାରିଖ ପର୍ଯ୍ୟନ୍ତ ସପ୍ଲିମେଣ୍ଟାରୀ ପରୀକ୍ଷା ଅନୁଷ୍ଠିତ ହୋଇଥିଲା।

Leave a Reply

Your email address will not be published. Required fields are marked *