ଭୁବନେଶ୍ୱର : ନବୀନ ପଟ୍ଟନାୟକଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ତାଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି । କେବଳ ମୁଖ୍ୟମନ୍ତ୍ରୀ ନୁହଁନ୍ତି ଆଜି ଅନେକ ନେତା ନବୀନ ପଟ୍ଟନାୟକଙ୍କୁ ଭେଟି ପାରନ୍ତି ବୋଲି କୁହାଯାଉଛି ।
ସୂଚନା ମୁତାବକ ଡିହାଇଡ୍ରେସନ କାରଣରୁ ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ନବୀନ ପଟ୍ଟନାୟକ ଭର୍ତ୍ତି ହୋଇଥିଲେ । ପ୍ରାୟ ୭୭ ଘଣ୍ଟା ପରେ ସୁସ୍ଥ ହୋଇ ସେ ନବୀନ ନିବାସ ଫେରିଛନ୍ତି। । ସେବେଠାରୁ ଦଳର ଅନେକ ନେତା ଓ ସମର୍ଥକ ତାଙ୍କୁ ଭେଟି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିବା ସହ ତାଙ୍କ ପାଇଁ ଆଶୁ ଆରୋଗ୍ୟ କାମନା କରୁଛନ୍ତି ।
ନବୀନ ନିବାସରେ ମୋହନ ମାଝୀ
