ଭୁବନେଶ୍ୱରେ: ଆଜିଠୁ ରାଜ୍ୟରେ ପ୍ରବଳ ବର୍ଷା, ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିବାକୁ ନେଇ ସୂଚନା ଦେଇଛି ପାଣିପାଗ ବିଭାଗ । ଏଥର ପ୍ରବଳ ଛେଚିବ ବର୍ଷା । ଆସନ୍ତାକାଲି ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଅଛି ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଏହାର ପ୍ରଭାବରେ ଆଜିଠୁ ରାଜ୍ୟରେ ପ୍ରବଳ ବର୍ଷା ହେବ । କଳାହାଣ୍ଡି, କନ୍ଧମାଳ ଏବଂ କୋରାପୁଟ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି ହୋଇଥିବା ବେଳେ ରାୟଗଡ଼ା, ମାଲକାନଗିରି, ନବରଙ୍ଗପୁର, ଗଜପତି, ବଲାଙ୍ଗିର ଏବଂ ନୂଆପଡ଼ାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହି ଜିଲ୍ଲାଗୁଡ଼ିକରେ ବର୍ଷା ସମୟରେ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିବ । ଆସନ୍ତାକାଲି କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଓ କଳାହାଣ୍ଡି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଲଘୁଚାପ ପ୍ରଭାବରେ ୨ରୁ ୪ ତାରିଖ ମଧ୍ୟରେ ସମୁଦ୍ର ଅଶାନ୍ତ ରହୁଥିବାରୁ ସମୁଦ୍ରକୁ ନଯିବା ପାଇଁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି । ୫ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଜାରି ରହିବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ଆସୁଛି ଆଉ ଏକ ଲଘୁଚାପ
