୬ ତାରିଖ ଯାଏଁ ପ୍ରବଳ ଛେଚିବ, ୩ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି

ଭୁବନେଶ୍ୱର: ଲଘୁଚାପ ପ୍ରଭାବରେ ରାଜ୍ୟର ଅନେକ ସ୍ଥାନରେ ବର୍ଷା ଜାରି ରହିଛି । ଏନେଇ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା । ଏହା ଧୀରେଧୀରେ ପଶ୍ଚିମ-ଉତ୍ତରପଶ୍ଚିମ ଆଡ଼କୁ ଗତି କରିବା ସହ ଆସନ୍ତାକାଲି ଏହା ଓଡ଼ିଶା ଉପକୂଳ ଅତିକ୍ରମ କରିବ । ଏବର୍ଷ ସମଗ୍ର ଉପକୂଳ ଓ ସଂଲଗ୍ନ ଜିଲ୍ଲାଗୁଡ଼ିକରେ ଭଲ ବର୍ଷା ହୋଇଯାଇଛି । ବିଶେଷ କରି ଦେବଗଡ଼, ସମ୍ବଲପୁର, ସୁନ୍ଦରଗଡ଼ ଓ ଝାରସୁଗୁଡ଼ାରେ ପ୍ରବଳ ବର୍ଷା ବର୍ଷିଛି । ଆସନ୍ତାକାଲି ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ ସମ୍ବଲପୁର ଆଦି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ଏହି ୩ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର । ସେହିପରି ବରଗଡ଼, ସୋନପୁର, ବୌଦ୍ଧ, କୋରାପୁଟ, ବଲାଙ୍ଗୀର ଓ ନୂଆପଡ଼ାରେ ବଜ୍ରପାତ ସହ ପ୍ରବଳ ବର୍ଷିବ । ସମଗ୍ର ଉପକୂଳ ଓ ସଂଲଗ୍ନ ଅଞ୍ଚଳରେ ବର୍ଷାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଲଘୁଚାପ ପ୍ରଭାବରେ ରାଜ୍ୟରେ ୬ ତାରିଖ ଯାଏ ଏହିଭଳି ବର୍ଷା ଜାରି ରହିବ ବୋଲି ପାଣିପାଗ କେନ୍ଦ୍ରରୁ ସୂଚନା ମିଳିଛି।

Leave a Reply

Your email address will not be published. Required fields are marked *