ନୂଆଦିଲ୍ଲୀଠାରେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସହ ସୌଜନ୍ୟମୂଳକ ଭାବରେ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଚାରି ଦିନିଆ ଦିଲ୍ଲୀ ଗସ୍ତ ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟି ଓଡ଼ିଶାର ବିକାଶ ପରିଯୋଜନା, ସମୃଦ୍ଧ ଓଡ଼ିଶା ଗଠନ ଦିଗରେ ଅନେକ ଗୁରୁତ୍ବପୂର୍ଣ୍ଣ ବିଷୟରେ ଆଲୋଚନା କରିଛନ୍ତି । ଏହି ଅବସରରେ ରାଷ୍ଟ୍ରପତିଙ୍କୁ ଓଡ଼ିଶା ଭିଜନ ଡକ୍ୟୁମେଣ୍ଟ-୨୦୩୬ ପୁସ୍ତିକା ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏଥିସହ ରାଜ୍ୟରେ ରେଳ ଭିତ୍ତିଭୂମିର ବିକାଶ, ସେମିକଣ୍ଡକ୍ଟର ଶିଳ୍ପ ଓ ଆଇଟି କ୍ଷେତ୍ରର ପ୍ରସାର ଆଦି ବିଷୟରେ ଆଲୋଚନା କରିଥିବା ଜଣାପଡ଼ିଛି।
ମହାମହିମ ରାଷ୍ଟ୍ରପତିଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
