ଲଘୁଚାପ ପ୍ରଭାବରେ ଆଜିଠାରୁ ୮ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା। ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣି ଜାରି କରିଛି ପାଣିପାଗ କେନ୍ଦ୍ର । ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବୃଷ୍ଟିପାତ ହେବା ସହ ପ୍ରବରୁ ଅତି ପ୍ରବଳ ବର୍ଷା ହେଵ। ସେପଟେ ବକ୍ଷିଣ ପଶ୍ଚିମ ମୌସୁମୀ ରାଜ୍ୟରେ ସକ୍ରିୟ ରହିଛି । ଯାହା ଫଳାରେ ବିଭିନ୍ନ ଜିଲ୍ଲାଗୁଡ଼ିକରେ ହାଲୁକାରୁ ମଧ୍ୟମ ବର୍ଷା ସହିତ ଘଡ଼ଘଡ଼ି ବର୍ଷା ହୋଇଛି । ଝାରସୁଗୁଡ଼ା, ଯାଜପୁର, ଦେବଗଡ଼, କେନ୍ଦୁଝର, ବାଲେଶ୍ୱର, ସମ୍ବଲପୁର, ସୁନ୍ଦରଗଡ଼, ଢେଙ୍କାନାଳ, ଭଦ୍ରକ, ଅନୁଗୁଳ, ମୟୁରଭଞ୍ଜ, ନବରଙ୍ଗପୁର, ବରଗଡ଼ ଏବଂ ନୂଆପଡ଼ା ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଛି । ଘଣ୍ଟାପ୍ରତି ୩୦-୪୦ କିଲୋମିଟର ବେଗରେ ପବନ ବହିବା ସହିତ ବିଜୁଳି ଘଡ଼ଘଡ଼ି ଜନିତ ବଜ୍ରପାତ ହେବା ନେଇ ସତର୍କ ଜାରି କରିଛି ପାଣିପାଗ କେନ୍ଦ୍ର ।
ଆଜିଠାରୁ ୮ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା
