ଧର୍ମ ଜାଗରଣ ସମିତି, ଓଡ଼ିଶା ପକ୍ଷରୁ ଆଜି ଭୁବନେଶ୍ବରର କଟକ ରୋଡ ସ୍ଥିତ ତେରାପନ୍ଥ ଭବନ ଠାରେ ଆୟୋଜିତ ଶ୍ରୀମଦ୍ ଭାଗବତ ମହୋତ୍ସବରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ ପ୍ରତ୍ୟେକ ଓଡ଼ିଆ ଘରେ ଭାଗବତ ଏବଂ ପ୍ରତ୍ୟେକ ଗାଁର ଭାଗବତ ଟୁଙ୍ଗି ମାନଙ୍କର ପୁନରୁଦ୍ଧାର ଓ ପ୍ରତିଷ୍ଠା କରିବା ପାଇଁ ରାଜ୍ୟ ସରକାର ପ୍ରତିଶ୍ରୁତିବଦ୍ଧ ବୋଲି କହିଥିଲେ। ମୁଖ୍ୟମନ୍ତ୍ରୀ ଏହାଏ ମଧ୍ୟ କହିଥିଲେ ଯେ ଯୁବବର୍ଗ ଆଜିର ସମାଜର ସମସ୍ତ ବିକାଶରେ ମୁଖ୍ୟ ଭୂମିକା ନିଭାଇଥାନ୍ତି ଏଣୁ ସେମାନଙ୍କୁ ଏହି ମାର୍ଗରେ ନେବା ପାଇଁ ଭାଗବତ ପାଠ ଏକ ବଳିଷ୍ଠ ମାଧ୍ୟମ।
ଘରେ ଘରେ ପହଞ୍ଚିବ ଭାଗବତ, ପ୍ରତ୍ୟେକ ଗାଁର ଭାଗବତ ଟୁଙ୍ଗି ମାନଙ୍କର ହେବ ପୁନରୁଦ୍ଧାର: ମୁଖ୍ୟମନ୍ତ୍ରୀ
