ଆସନ୍ତା ୨୪ ଘଣ୍ଟାରେ ଛେଚିବ ବର୍ଷା

ଭୁବନେଶ୍ୱର: ପୁଣି ଆସୁଛି ଲଘୁଚାପ । ଦିନକ ପରେ ବଙ୍ଗୋପସାଗରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ ବୋଲି ପୂର୍ବାନୁମାନ କଲା ପାଣିପାଗ କେନ୍ଦ୍ର । ଯଦି ଏହା ଅଧିକ ଘନୀଭୂତ ହୁଏ, ପରେ ଲଘୁଚାପର ରୂପ ନେଇପାରେ। ବର୍ତ୍ତମାନ ଟ୍ରପ ଲାଇନ୍ ପ୍ରଭାବରେ ରାଜ୍ୟରେ ପାଗ ମେଘୁଆ ସହ ବର୍ଷା ଲାଗି ରହିଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ସୂଚନା ଦେଲା ପାଣିପାଗ କେନ୍ଦ୍ର । ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ । ୯ ତାରିଖରେ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଏକ ଘୂର୍ଣ୍ଣିବଳୟ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର ।

Leave a Reply

Your email address will not be published. Required fields are marked *