୨୬ରେ ଆସୁଛି ଭୟଙ୍କର ଲଘୁଚାପ

୨୬ରେ ଆସୁଛି ଭୟଙ୍କର ଦୁଇଟି ଲଘୁଚାପ। ଆସନ୍ତା ସପ୍ତାହେ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ଛେଚିବ ବର୍ଷା। ଉଭୟ ଲଘୁଚାପ ମିଶି ବାତ୍ୟା ଆଶଙ୍କା ସୃଷ୍ଟି କରୁଥିବା ବେଳେ ଏଯାଏଁ ପାଣିପାଗ କେନ୍ଦ୍ର ପକ୍ଷରୁ ବାତ୍ୟାକୁ ନେଇ କୌଣସି ଆକଳନ କରାଯାଇନାହିଁ । ଦକ୍ଷିଣ-ପଶ୍ଚିମବଙ୍ଗୋପସାଗର ଉପରେ ଗତକାଲି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ଧୀରେ ଧୀରେ ପଶ୍ଚିମ-ଉତ୍ତରପଶ୍ଚିମ ଆଡ଼କୁ ଗତି କରିବା ସହ ଘନୀଭୂତ ହୋଇ ଆଜି ତାମିଲନାଡୁ ଓ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳ ଦକ୍ଷିଣ-ପଶ୍ଚିମ ଓ ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତର ରୂପ ନେବ। ପରବର୍ତ୍ତୀ ୨୪ ଘଣ୍ଟାରେ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଆଡ଼କୁ ଗତି କରି ଉତ୍ତର ତାମିଲନାଡୁ, ପୁଡୁଚେରୀ ଓ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳ ଆଡ଼କୁ ଗତି କରିବ ଏବଂ ଅଧିକ ଘନୀଭୂତ ହେବ। ତେବେ ଏହା କେତେ ଘନୀଭୂତ ହେବ ଓ କେଉଁ ରୂପ ନେବ ସେ ନେଇ ଆଇଏମ୍‌ଡି କୌଣସି ସ୍ପଷ୍ଟ ଚିତ୍ର ଦେଇନାହିଁ। ଏହି ଅବପାତ ଯୋଗୁଁ ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ୨୫ ତାରିଖ ପର୍ଯ୍ୟନ୍ତ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି ।

Leave a Reply

Your email address will not be published. Required fields are marked *