ଇତିହାସ ରଚିଲା ମହିଳା କ୍ରିକେଟ ଟିମ

୫୧ କୋଟିର ପୁରଷ୍କାର ଦେଲା ବିସିସିଆଇ । ଦକ୍ଷିଣ ଆଫ୍ରିକାକୁ ହରାଇ ଭାରତ ପ୍ରଥମ ଥର ପାଇଁ ବିଶ୍ୱକପ ଜିତିଛି । ଭାରତୀୟ ମହିଳା କ୍ରିକେଟ୍ ଦଳ ସର୍ବପ୍ରଥମ ବିଶ୍ୱକପ୍‌ ଜିତି ଦୀର୍ଘ ୨୫ ବର୍ଷ ପ୍ରତୀକ୍ଷାର ଅନ୍ତ ଘଟାଇଛି । ୨୦୦୫ ଫାଇନାଲ୍‌ରେ ଅଷ୍ଟ୍ରେଲିଆଠାରୁ ଏବଂ ୨୦୧୭ ଫାଇନାଲ୍‌ରେ ଇଂଲଣ୍ଡଠାରୁ ହାରି ରନର୍ସଅପ୍‌ ହୋଇଥିବା ଭାରତୀୟ ଦଳ ତୃତୀୟ ଥର ଫାଇନାଲ୍ ଖେଳି ପ୍ରଥମ ଥର ବିଶ୍ୱ ବିଜେତା ହୋଇଛି । ନବି ମୁମ୍ବାଇର ଡିୱାଇ ପାଟିଲ୍ ଷ୍ଟାଡିୟମ୍‌ରେ ରବିବାର ରାତିରେ ଭାରତୀୟ ମହିଳା ଦଳ ରୋମାଞ୍ଚକ ଭାବେ ପ୍ରଥମ ଥର ଫାଇନାଲିଷ୍ଟ୍‌ ଦକ୍ଷିଣ ଆଫ୍ରିକାକୁ ୫୨ ରନ୍‌ରେ ହରାଇ ଏହି ଐତିହାସିକ କ୍ଷଣକୁ ସାଉଁଟି ନେଇଛି। ପୁରୁଷ ଦଳର ୪ ବିଶ୍ୱ ମୁକୁଟକୁ ମିଶାଇଲେ ଏହା ଭାରତର ପଞ୍ଚମ ଆଇସିସି ବିଶ୍ୱକପ୍‌ ବିଜୟ ।

Leave a Reply

Your email address will not be published. Required fields are marked *