ବଲିଉଡ ଅଭିନେତା ଗୋବିନ୍ଦାଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର । ଗତକାଲି ରାତିରେ ମୁମ୍ବାଇ ବାସଭବନରେ ହଠାତ୍ ଅଚେତ ହୋଇଯିବା ପରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଡାକ୍ତରଙ୍କ ପରାମର୍ଶ ପରେ ତାଙ୍କୁ କିଛି ଔଷଧ ଦିଆଯାଇଥିଲା, ଔଷଧ ଖାଇବା ପରେ ତାଙ୍କ ସ୍ୱାସ୍ଥ୍ୟାବସ୍ଥାରେ ଉନ୍ନତି ହୋଇଥିଲା। ବର୍ତ୍ତମାନ ତାଙ୍କୁ ମେଡିକାଲ ଅବଜରଭେସନରେ ରଖାଯାଇଛି । ରିପୋର୍ଟ ଅନୁଯାୟୀ, ବଲିଉଡ ଅଭିନେତା ଗୋବିନ୍ଦା ଅଚେତ ହେବାରୁ ତାଙ୍କ ସ୍ୱାସ୍ଥ୍ୟଅବସ୍ଥା ବିଗିଡିଛି। ଗତକାଲି ସକାଳେ ସବୁ କିଛି ଠିକ ଥିଲା । ରାତିରେ ସେ ହଠାତ ଅଚେତ ହୋଇଥିଲେ । ରାତି ୧ଟାରେ ହସ୍ପିଟାଲରେ ଭର୍ତ୍ତି କରିଥିଲେ ତାଙ୍କ ପରିବର । ତାଙ୍କର ଡାକ୍ତରୀ ଟେଷ୍ଟ ହୋଇଛି । ତେବେ ରିପୋର୍ଟକୁ ଅପେକ୍ଷା କରାଯାଇଛି । ଏ ନେଇ ଗୋବିନ୍ଦାଙ୍କ ଆଇନଗତ ପରାମର୍ଶଦାତା ଲଳିତ ବିନ୍ଦଲ ସୂଚନା ଦେଇଛନ୍ତି ।
