ଅପରାଧରାଜ୍ୟ ଜଟିଳ ହେଉଛି ଧାଡ଼ିଆମ୍ବ ଘଟଣା, ଗିରଫ ସ୍ବାମୀ ଙ୍କ ସ୍ତ୍ରୀ ମୃତ। ପୋଲିସ୍ ମାଡ ମାରିଥିବା ଅଭିଯୋଗ। thefocusplusFebruary 24, 2022 ପାତ୍ରପୁର,୨୪/୦୨ ଜରଡ଼ା ଥାନା ଅନ୍ତର୍ଗତ ଧାଡ଼ି ଆମ୍ବ ଗ୍ରାମର ରାହାସ ଶବର ର ମୃତ୍ୟୁ ପୋଲିସ୍ ମାଡ଼ ରେ ମୃତ୍ୟୁ ହୋଇଥିବା ନେଇ ସଙ୍ଗୀନ ଅଭିଯୋଗ ଆଣିଛନ୍ତି ପରିବାର ବର୍ଗ। ଘଟଣା ରୁ ପ୍ରକାଶ ଯେ ଗତକାଲି ପାତ୍ରପୁର ବି ଡି ଓ ପ୍ରକାଶ ଚନ୍ଦ୍ର ଦାସ କୁ ଭୋଟର ତାଲିକା ରେ ନାମ ନ ଥିବା ପ୍ରତିବାଦ ରେ ଧାଡ଼ିଆମ୍ବ ଗ୍ରାମବାସୀ ଅପହରଣ କରିଥିଲେ। ପୋଲିସ୍ ଏହି ବିଷୟ କୁ ନେଇ ଦୁଇ ଜଣକୁ ଗିରଫ କରିଥିଲା। ଚକରା ଶବର କୁ ଗିରଫ କଲାବେଳେ ରାହାସ ଶବର ପ୍ରତିରୋଧ କରିବାରୁ ପୋଲିସ୍ ମାଡ ମାରିବା ସହ ରାହାସ ର ଛାତିକୁ ମାରିଥିବା ନେଇ ଚକରା ର ଭାଇ ଖଲି ଶବର ଜରଡ଼ା ଥାନା ରେ ଅଭିଯୋଗ କହିଛନ୍ତି। ଏପଟେ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ କର୍ମଚାରୀ ଙ୍କ କଲମ ଛାଡ଼ ଆନ୍ଦୋଳନ ଚାଲିଥିବା ବେଳେ ଧାଡ଼ି ଆମ୍ବ ରେ ରାହାସ ର ମୃତ୍ୟୁ ପ୍ରଶାସନ ପାଇଁ ମୁଣ୍ଡ ବ୍ୟଥା ର କାରଣ ସାଜିଛି। ଏ ନେଇ ଜରଡ଼ା ଥାନା ରେ ଏକ ଅପମୃତ୍ୟୁ ମାମଲା କରାଯାଇ ଶବ ବ୍ୟବଚ୍ଛେଦ ପାଇଁ ପଠାଯାଇଥିବା ଜଣା ପଡ଼ିଛି। ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର ରହସ୍ୟ ଜଣାପଡ଼ିବ ବୋଲି ଆଇଆଇସି ଭାବା ନନ୍ଦ ପ୍ରଧାନ ପ୍ରକାଶ କରିଛନ୍ତି।
ମନରେଗା ଯୋଜନାରେ ମହାଦୁର୍ନୀତି ଫୋକସ ପ୍ଲସ(ଲାଞ୍ଜିଗଡ)04/08/2022: ଗରିବ ନିରୀହ ମାନଙ୍କପାଇଁ ରାଜ୍ୟସରକାର ବିଭିନ୍ନ ଯୋଜନା ମାଧ୍ୟ୍ୟମରେ ଗ୍ରାମାଞ୍ଚଲ ଠାରୁ ସହରାଞ୍ଚଳର ଉନତିକରଣ ପାଇଁ ମାଳମାଳ ଯୋଜନା ପ୍ରସ୍ତୁତ କରୁଛନ୍ତି |କିନ୍ତୁ କିଛି…
କୋଇଡା ଟିପ୍ପର ମାଲିକ ସଂଘର ବୈଠକ ସଭା ଫୋକସ ପ୍ଲସ (ସୁନ୍ଦରଗଡ) ୨୫/୦୭/୨୦୨୨: ସୁନ୍ଦରଗଡ ଜିଲ୍ଲା କୋଇଡା ବ୍ଲକରେ ଅଧିକାଂଶ ଲୁହାପଥରେ ଖଣି ରହିଥିବାରୁ ସ୍ଥାନୀୟ ଅଞ୍ଚଳବାସୀ ଖଣ୍ଡେ ଦିଖଣ୍ଡ ଗାଡ଼ି କରି ଲୁହାପଥର ପରିବହନ…
ରାଜା ଚ୍ରକର ସହଯୋଗୀ ସମୀର ଜେନାଙ୍କୁ ବାନ୍ଧିଲା EOW ଭୁବନେଶ୍ୱର ୨୦/୦୩: ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସିର ଆର୍ଥିକ ଅନିୟମିତତା ମାମଲାରେ ବିଜେଡି ନେତା ରାଜା ଚକ୍ରଙ୍କ ସହଯୋଗୀ ଗିରଫ । ସମୀର ଜେନାଙ୍କୁ ଗିରଫ କଲା ଇଓଡବ୍ଲୁ।…