ରାଜ୍ୟରେ ପୂର୍ବଭଳି ଜାରି ରହିବ ରାସନ ଚାଉଳ ଯୋଗାଣ। ରିପୋର୍ଟ ଲେଖା ହେବା ପର୍ୟ୍ୟନ୍ତ ଇ-କେୱାଇସି କରି ନ ଥିବା ହିତାଧିକାରୀଙ୍କ ଚାଉଳ ବନ୍ଦ ନେଇ ଯୋଗାଣ ବିଭାଗ ପକ୍ଷରୁ କୌଣସି ନିର୍ଦ୍ଦେଶନାମା ଜାରି ହୋଇନାହିଁ । ଅର୍ଥାତ୍ ରାସନକାର୍ଡ ହିତାଧିକାରୀମାନେ ପୂର୍ବଭଳି ନିଜ କୋଟାର ଚାଉଳ ଉଠାଇପାରିବେ ଓ ଇ-କେୱାଇସି କରି ନ ଥିବା ୧୫ ଲକ୍ଷରୁ ଅଧିକ ହିତାଧିକାରୀଙ୍କୁ ନେଇ ଯେଉଁ କଳ୍ପନାଜଳ୍ପନା ଲାଗି ରହିଥିଲା, ସେଥିରେ ଆପାତତଃ ପୂର୍ଣ୍ଣଚ୍ଛେଦ ପଡ଼ିଛି। ଚଳିତମାସ ୧୫ ତାରିଖରେ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଅକ୍ଟୋବର ଶେଷସୁଦ୍ଧା ଇ-କେୱାଇସି କରି ନଥିବା ହିତାଧିକାରୀଙ୍କୁ ନଭେମ୍ବରରୁ ଚାଉଳ ମିଳିବ ନାହିଁ ବୋଲି କହିଥିଲେ। ଏଣୁ ସ୍ୱାଭାବିକ ଭାବେ ସମସ୍ତଙ୍କ ନଜର ରହିଥିଲା, ସରକାର ଅକ୍ଟୋବର ୩୧ ତାରିଖ ଦିନ କ’ଣ ପଦକ୍ଷେପ ନେଉଛନ୍ତି ତାହା ଦେଖିବାକୁ ବାକି।
ରାସନ କାର୍ଡକୁ ନେଇ ଆସିଲା ବଡ଼ ଅପଡେଟ୍
