ଲୋକପ୍ରିୟ ସଙ୍ଗୀତ ନିର୍ଦ୍ଦେଶକ ତଥା କଣ୍ଠଶିଳ୍ପୀ ଅଭିଜିତ ମଜୁମଦାର ଏମ୍ସକୁ ସ୍ଥାନାନ୍ତର।

ଲିଭର ଜନିତ ରୋଗରେ ପୀଡିତ ହୋଇ ଗତ ସପ୍ତାହରୁ କଟକର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ ଅଭିଜିତ। ସ୍ବାସ୍ଥ୍ଯରେ ଉନ୍ନତି ନହେବାରୁ ବର୍ତ୍ତମାନ ଗୁରୁତର ଅବସ୍ଥାରେ ତାଙ୍କୁ ଏମ୍ସ ସ୍ଥାନାନ୍ତର କରାଯାଇଛି।

ତେବେ ଗତ ଗଣେଶ ପୂଜା ଦିନ ହଠାତ୍ ଅସୁସ୍ଥ ହୋଇ ପଡ଼ିବାରୁ ଅଭିଜିତଙ୍କୁ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ଦୀର୍ଘ ଚାରି ଦିନ ସେଠାରେ ଚିକିତ୍ସିତ ହେବା ପରେ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ତାଙ୍କୁ କଟକର ଅନ୍ୟ ଏକ ଘରୋଇ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଥିଲା । ମାତ୍ର ସେଠାରେ ସ୍ବାସ୍ଥ୍ୟରେ କୌଣସି ଉନ୍ନତି ନଆସିବାରୁ ପୁନଶ୍ଚ ତାଙ୍କୁ ଏମ୍ସ ସ୍ଥାନାନ୍ତର କରାଯାଇଛି । 

ଅଭିଜିତ ମଜୁମଦାରଙ୍କ ଅସୁସ୍ଥତା ଖବର ସଙ୍ଗୀତ ଜଗତରେ ଏକ ଦୁଃଖ ଖେଳାଇ ଦେଇଥିବା ବେଳେ ବିଭିନ୍ନ କଳାକାର, ସଂଗୀତ ପ୍ରେମୀ, କଣ୍ଠଶିଳ୍ପୀ କଟକ ଯାଇ ତାଙ୍କ ସ୍ବାସ୍ଥ୍ୟାବସ୍ଥା ବୁଝିଥିଲେ । ମାତ୍ର ଏବେ ତାଙ୍କୁ ଏମ୍ସ ସ୍ଥାନାନ୍ତର କରାଯାଇଛି ।

Leave a Reply

Your email address will not be published. Required fields are marked *