ଭୁବନେଶ୍ୱର: ଆଜି ସାରା ରାଜ୍ୟରେ ପୁଣି ଛେଚିବ ବର୍ଷା । ଆସୁଛି ଆଉ ଏକ ଘୂର୍ଣ୍ଣିବଳୟ, ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ । ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ସୋମବାର ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ରାଜ୍ୟରେ ଜାରି ରହିବ ବଜ୍ରପାତ ଜନିତ ବର୍ଷା। ବିଶେଷକରି ଉପକୂଳ ଓ ଉତ୍ତର-ଆଭନ୍ତରୀଣ ଓଡ଼ିଶାରେ ଏହା ଅଧିକ ତୀବ୍ର ହବାର ସମ୍ଭାବନା ଅଛି । ଆଗାମୀ ୩ରୁ ୪ ଦିନ ପର୍ଯ୍ୟନ୍ତ ଜାରି ରହିବ ପ୍ରବଳ ବର୍ଷା । ଆସନ୍ତାକାଲି ବେଳକୁ ଉତ୍ତର-ବଙ୍ଗୋପସାଗର ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର । ଏହା ବିଶେଷ ଘନୀଭୂତ ହେବାର ସମ୍ଭାବନା ନଥିବାବେଳେ ଆଜି ବର୍ଷା ପାଇଁ ୨୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ଆସନ୍ତାକାଲି ପ୍ରବଳ ବର୍ଷା ସହ ବିଜୁଳି ଘଡ଼ଘଡ଼ି ପାଇଁ ବାଲେଶ୍ୱର, ଭଦ୍ରକ ଓ କେନ୍ଦ୍ରାପଡ଼ାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ପାଣିପାଗ କେନ୍ଦ୍ର ।
ପୁଣି ଆସୁଛି ଆଉ ଏକ ଘୂର୍ଣ୍ଣିବଳୟ
