ହରିୟାଣାରେ ଚାଲିଛି ୩ ଦଳର ଭାଗ୍ୟ ପରୀକ୍ଷା !

ହରିଆଣା : ଆଜିଠାରୁ ଆରମ୍ଭ ହୋଇଛି ହରିଆଣାରେ ବିଧାନସଭା ନିର୍ବାଚନ। ସକାଳ ୭ଟାରୁ ଭୋଟିଂ ଆରମ୍ଭ ହୋଇ ସଂଧ୍ୟା ୬ଟା ପର୍ଯ୍ୟନ୍ତ ଚାଲିବ।ଏଥିପାଇଁ ସମସ୍ତ ବୁଥ ପ୍ରସ୍ତୁତ ଅଛି। ସକାଳୁ ସକାଳୁ ଭୋଟ ଦେବାକୁ ଲୋକଙ୍କ ଭିଡ଼ ଜମିଲାଣି।ଏଥର ହରିଆଣାରେ ମୁଖ୍ୟତଃ ତିନି ପ୍ରମୁଖ ଦଳ ବିଜେପି, କଂଗ୍ରେସ ଓ ଆପ୍ ମଧ୍ୟରେ ସିଧା ଲଢ଼େଇ ହେଉଛି। ହରିଆଣାର ୯୦ ଟି ବିଧାନସଭା ଆସନ ପାଇଁ ଏଥର ମୈଦାନରେ ଭାଗ୍ୟ ପରୀକ୍ଷା କରୁଛନ୍ତି ୧ ହଜାର ୩୧ ଜଣ ପ୍ରାର୍ଥୀ। ବିଜେପି ଏଥର ନିର୍ବାଚନ ଜିତି ପୁଣିଥରେ କ୍ଷମତାକୁ ଫେରିବାକୁ ଉଦ୍ୟମ କରୁଥିବା ବେଳେ କଂଗ୍ରେସ ହରିଆଣା ହାତେଇବାକୁ ଜୋରଦାର ଉଦ୍ୟମ କରିଛି। ସେପଟେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭୋଟିଂ ରେକର୍ଡ କରିବା ପାଇଁ ହରିଆଣାବାସୀଙ୍କୁ ଅପିଲ କରିଛନ୍ତି। ସେ ସୋସିଆଲ ମିଡିଆ ହ୍ୟାଣ୍ଡେଲ ଏକ୍ସରେ ପୋଷ୍ଟ କରି କହିଛନ୍ତି, ‘ଆଜି ହରିଆଣା ବିଧାନସଭା ନିର୍ବାଚନ ପାଇଁ ଭୋଟିଂ ଚାଲିଛି। ଗଣତନ୍ତ୍ରର ଏହି ପବିତ୍ର ପର୍ବରେ ଅଂଶଗ୍ରହଣ କରିବାକୁ ମୁଁ ସମସ୍ତ ଭୋଟରଙ୍କୁ ନିବେଦନ କରୁଛି। ଭୋଟ୍ ଦେବାରେ ଏକ ନୂତନ ରେକର୍ଡ ସୃଷ୍ଟି କରନ୍ତୁ। ଏହି ଅବସରରେ ଯେଉଁମାନେ ପ୍ରଥମ ଥର ପାଇଁ ଭୋଟ୍ ଦେବାକୁ ଯାଉଛନ୍ତି ସେମାନଙ୍କୁ ମୋ ତରଫରୁ ଶୁଭେଚ୍ଛା।

Leave a Reply

Your email address will not be published. Required fields are marked *