ଭୁବନେଶ୍ୱର: ନବ ନିର୍ବାଚିତ ବିଜେପି ପ୍ରାର୍ଥୀ ଜୟ ଢୋଲକିଆ ଗୁରୁବାର ମଧ୍ୟାହ୍ନରେ ବିଧାୟକ ଭାବେ ଶପଥ ନେଇଛନ୍ତି । ବାଚସ୍ପତି ସୁରମା ପାଢୀ ତାଙ୍କ ଶପଥ ପାଠ କରାଇଛନ୍ତି । ଶପଥ ଗ୍ରହଣରେ ଢୋଲକିଆଙ୍କ ମା, ପତ୍ନୀଙ୍କ ସମେତ ବିଜେପିର ବରିଷ୍ଠ ନେତାମାନେ ଉପସ୍ଥିତ ଥିଲେ । ୨୦୨୪ ବିଧାନସଭା ନିର୍ବାଚନରେ ରାଜେନ୍ଦ୍ର ଢୋଲକିଆ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ହେଲେ ୨୦୨୫ ମସିହାରେ ଅସୁସ୍ଥତା ଯୋଗୁ ତାଙ୍କର ଦେହାନ୍ତ ହୋଇଥିଲା । ଏହାପରେ ନୂଆପଡ଼ାରେ ଉପନିର୍ବାଚନ ଲାଗି ତାରିଖ ଘୋଷଣା କରାଯାଇଥିଲା । ୨୦୨୫ ମସିହା ନଭେମ୍ବର ୧୧ ତାରିଖରେ ନୂଆପଡ଼ାରେ ଉପନିର୍ବାଚନ ଅନୁଷ୍ଠିତ ହୋଇଥିଲା । ନଭେମ୍ବର ୧୪ରେ ହୋଇଥିବା ଭୋଟ ଗଣତିରେ ଜୟ ଢୋଲକିଆ ବିପୁଳ ସଂଖ୍ୟାରେ ବିଜୟୀ ହୋଇଥିଲେ । ପ୍ରତିଦ୍ୱନ୍ଦୀ ବିଜେଡିର ସ୍ନେହାଙ୍ଗିନୀ ଛୁରିଆ ଏବଂ କଂଗ୍ରେସର ଘାସିରାମ ମାଝୀଙ୍କୁ ଜୟ ଢୋଲକିଆ ପରାଜିତ କରିଥିଲେ । ଢୋଲକିଆ ନୂଆପଡା ଉପନିର୍ବାଚନରେ ୮୩,୦୦୦ରୁ ଅଧିକ ଭୋଟ ବ୍ୟବଧାନରେ ବିଜୟୀ ହୋଇ ଏକ ବଡ଼ ବିଜୟ ହାସଲ କରିଛନ୍ତି।
ଶପଥ ନେଇଛନ୍ତି ବିଜେପି ପ୍ରାର୍ଥୀ ଜୟ ଢୋଲକିଆ
