ନୀଳଗିରିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ

ନୀଳଗିରି: ଆଜି ନୀଳଗିରିରେ ଏକତା ପଦଯାତ୍ରା । ଏଥିପାଇଁ ନୀଳଗିରିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ । ନୀଳଗିରି କଲେଜ ପଡ଼ିଆରେ ପହଞ୍ଚିବା ପରେ ତାଙ୍କୁ ପୋଲିସ ପ୍ରଶାସନ ଦ୍ୱାରା ସମ୍ବର୍ଦ୍ଧନା କରାଯାଇଛି । ତା ସହ କଲେଜ ଛାତ୍ରଛାତ୍ରୀ ଓ ସମସ୍ତ ବିଜେପି କର୍ମୀଙ୍କ ଦ୍ୱାରା ସ୍ୱାଗତ କରାଯାଇଛି । ଜଗନ୍ନାଥ ମନ୍ଦିର ଦର୍ଶନ କରି ପୂଜାର୍ଚ୍ଚନା କରିଛନ୍ତି ମୁଖ୍ୟମନ୍ତ୍ରୀ । ପୋଲିସ ପଡ଼ିଆରେ ଜନସାଧାରଣଙ୍କୁ ସମ୍ବୋଧନ କରିବା ପରେ ଏକତା ପଦଯାତ୍ରା କାର୍ଯ୍ୟକ୍ରମ ରହିଛି । ସେପଟେ କାଲି ନୂଆପଡ଼ା ଉପନିର୍ବାଚନର ଭୋଟ ଗଣତିକୁ ନେଇ ପ୍ରସ୍ତୁତି ଚୂଡାନ୍ତ ହୋଇଛି । ଭୋଟ ଗ୍ରହଣ ଓ ଗଣନା ପ୍ରକ୍ରିୟାକୁ ସମ୍ପୂର୍ଣ୍ଣ ସ୍ୱଚ୍ଛ, ସୁସ୍ଥ ଓ ପାରଦର୍ଶୀ ଭାବରେ ଆୟୋଜନ କରିବା ପାଇଁ ଆବଶ୍ୟକ ସମସ୍ତ ପଦକ୍ଷେପ ଗ୍ରହଣ କରାଯାଇଥିବା ସୂଚନା ଦେଇଛନ୍ତି ଜିଲ୍ଲାପାଳ । ନ୍ୟାସନାଲ କଲେଜରେ ତ୍ରିସ୍ତରୀୟ ସୁରକ୍ଷା ବଳୟରେ ଷ୍ଟ୍ରଙ୍ଗରୁମ ମଧ୍ୟରେ ଥିବା ସମସ୍ତ ଇଭିଏମ ଓ ଭିଭିପାଟ ମେସିନ୍‌ ଗୁଡ଼ିକ ଆସନ୍ତାକାଲି କାଉଣ୍ଟିଙ୍ଗ ହଲକୁ ଅଣାଯିବ ।

Leave a Reply

Your email address will not be published. Required fields are marked *