ପୂର୍ବ ଶତ୍ରୁତାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ

ଚାନ୍ଦବାଲି : ଭଦ୍ରକ ଜିଲ୍ଲା ବାଂଶଡା ଥାନା ଘଣ୍ଟେଶ୍ଵର ବାଲିପଦା ଗାଁରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ । ପୂର୍ବ ଶତ୍ରୁତାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇଛି । ଦୁଇ ଗୋଷ୍ଠୀରୁ ୫ଜଣ ଆହତ ହୋଇଛନ୍ତି । ଆହତଙ୍କ ମଧ୍ୟରୁ ତିନି ଜଣ ଆହତ ଭଦ୍ରକ ମେଡିକାଲରେ ଓ ଦୁଇ ଜଣ କଟକ ମେଡିକାଲରେ ଚିକିତ୍ସାଧିନ ଅବସ୍ଥାରେ ଅଛନ୍ତି । ବାଂଶଡା ଥାନାରେ ଦୁଇ ଗୋଷ୍ଠୀ ପକ୍ଷରୁ ଅଭିଯୋଗ କରାଯାଇଛି । ଅଭିଯୋଗ ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଘଣ୍ଟେଶ୍ବରରେ ବାରମ୍ବାର ଏପରି ଘଟଣା କାହିଁକି ହେଉଛି ଏନେଇ କାହିଁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ନାହିଁ ତାକୁ ନେଇ ପ୍ରଶ୍ନ ସୃଷ୍ଟି ହୋଇଛି ।

Leave a Reply

Your email address will not be published. Required fields are marked *