ଦିଲ୍ଲୀ: ଲାଲକିଲ୍ଲା ନିକଟରେ ଛିଡା ହୋଇଥିବା ଏକ କାରରେ ବିସ୍ଫୋରଣ ପରେ ଅନେକ ଗାଡ଼ିରେ ନିଆଁ ଲାଗିଯାଇଥିଲା । ଲାଲକିଲ୍ଲା ମେଟ୍ରୋ ଷ୍ଟେସନ ନିକଟରେ ବିସ୍ଫୋରଣ ପରେ ଦିଲ୍ଲୀରେ ହାଇ ଆଲର୍ଟ ଜାରି କରାଯାଇଛି । ଏଥିରେ ୮ ଜଣଙ୍କ ଜୀବନ ଯାଇଥିବା ବେଳେ ଅନେକ ଲୋକ ଆହତ ହେବାର ଆଶଙ୍କା କରାଯାଉଛି । ଜଣେ ଅଧିକାରୀ କହିଛନ୍ତି ଯେ ଦିଲ୍ଲୀ ଅଗ୍ନିଶମ ସେବାକୁ ଲାଲକିଲ୍ଲା ମେଟ୍ରୋ ଷ୍ଟେସନ ନିକଟରେ ବିସ୍ଫୋରଣ ହୋଇଥିବା ଖବର ମିଳିଥିଲା । ତାସହ ନିକଟରେ ପାର୍କିଂ ହୋଇଥିବା ଯାନଗୁଡ଼ିକ ମଧ୍ୟ ପ୍ରଭାବିତ ହୋଇଛି । ବିସ୍ଫୋରଣ ପରେ ଦିଲ୍ଲୀ ଏବଂ ମୁମ୍ବାଇରେ ହାଇଆଲର୍ଟ ଜାରି କରାଯାଇଛି ।
ଲାଲକିଲ୍ଲାରେ ବିସ୍ଫୋରଣ
