ଭୁବନେଶ୍ୱର: ବିଜୁ ଜନତା ଦଳର ବରିଷ୍ଠ ନେତା ତଥା ପୂର୍ବତନ ରାଜ୍ୟସଭା ସାଂସଦ ଓ ଦଳର ମୁଖପାତ୍ର ଅମର ପଟ୍ଟନାୟକ ଆଜି ବିଜେପିରେ ସାମିଲ ହୋଇଛନ୍ତି । ଏନେଇ ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଏକ ମିଶ୍ରଣ ପର୍ବର ଆୟୋଜନ ହୋଇଛି । ଅମର ପଟ୍ଟନାୟକ ଆଜି ବିଧିବଦ୍ଧ ଭାବେ ବିଜେପିରେ ମିଶିଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ, ପ୍ରଭାରୀ ବିଜୟପାଳ ସିଂ ତୋମାରଙ୍କ ଉପସ୍ଥିତିରେ ପଦ୍ମ ଧରିଛନ୍ତି ଅମର ପଟ୍ଟନାୟକ । ୨୦୧୯ରେ ରାଜ୍ୟସଭାକୁ ମଧ୍ୟ ସେ ନିର୍ବାଚିତ ହୋଇଥିଲେ। ସୂଚନାଯୋଗ୍ୟ, ପୂର୍ବତନ ଆକାଉଣ୍ଟାଣ୍ଟ୍ ଜେନେରାଲ୍ ଅମର ପଟ୍ଟନାୟକ ୨୦୧୮ ଅଗଷ୍ଟ ୨୯ ତାରିଖରେ ବିଜେଡିରେ ସାମିଲ ହୋଇଥିଲେ । ବିଜେଡି ଆଇଟି ସେଲ୍ ଅଧ୍ୟକ୍ଷ ଭାବେ ଦଳର ମୁଖପାତ୍ର ଅମର ପଟ୍ଟନାୟକଙ୍କୁ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଯୁକ୍ତି ଦେଇଥିଲେ ।
ପଦ୍ମ ଧରିଲେ ପୂର୍ବତନ ବିଜେଡି ରାଜ୍ୟସଭା ସାଂସଦ ଅମର ପଟ୍ଟନାୟକ
