୩ ଯାଏଁ ପ୍ରବଳ ବର୍ଷା

ଭୁବନେଶ୍ୱର: ଆସନ୍ତା ୩ ତାରିଖ ଯାଏଁ ପ୍ରବଳ ବର୍ଷା ସୂଚନା ଦେଲା ପାଣିପାଗ ବିଭାଗ । ଉତ୍ତର ପଶ୍ଚିମ ବଙ୍ଗୋପସାଗର ଏବଂ ଓଡ଼ିଶା ଉପକୂଳରେ ସୃଷ୍ଟି ହୋଇଥିବା ସ୍ପଷ୍ଟ ଲଘୁଚାପ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ଦୁର୍ବଳ ହୋଇଛି । ଏହାର ପ୍ରଭାବରେ ବିଭିନ୍ନ ସ୍ଥାନରେ ଜାରି ରହିଥିବାବେଳେ ଅସ୍ତବ୍ୟସ୍ତ ହୋଇଛି ଜନଜୀବନ । ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ବିଜୁଳି, ଘଡ଼ଘଡ଼ି ପାଇଁ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହେବାସହ କିଛି ସ୍ଥାନରେ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବ ।

Leave a Reply

Your email address will not be published. Required fields are marked *